ସ୍ମରଣ ଶକ୍ତି ବୃଦ୍ଧିର ନୂଆ ଉପାୟ

ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ହେଲେ ଏଥିପାଇଁ ଆମକୁ ଖାଦ୍ୟପେୟ ଏବଂ ଦୈନନ୍ଦିନ ଜୀବନଶୈଳୀ ଉପରେ ଗୁରୁତ୍ୱ ଦେବାକୁ ପଡ଼ିଥାଏ। ତା’ ସହ ଆମର ସ୍ମରଣ ଶକ୍ତି ମଧ୍ୟ ସକ୍ରିୟ ରହିବା ନିହାତି ଦରକାର। ତେବେ ଏଥିପାଇଁ ଏକ ଉପାୟ ହାତପାହାନ୍ତାରେ ରହିଛି। ୟୁନିଭର୍‌ସିଟି ଅଫ୍‌ ଟରୋଣ୍ଟୋ ଏବଂ ୟୁନିଟି ହେଲ୍‌ଥ ଟରୋଣ୍ଟୋ ତରଫରୁ ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ନିଜର ମନ ପସନ୍ଦର ଗୀତକୁ ବାରମ୍ବାର ଶୁଣିବା ଦ୍ୱାରା ଆମର ସ୍ମରଣ ଶକ୍ତି ପୂର୍ବାପେକ୍ଷା ଆହୁରି ସକ୍ରିୟ ରହିଥାଏ। ଏପରି ଗୀତ ଶୁଣିଲେ ତାହା ଆମ ସ୍ନାୟୁ କୋଷଗୁଡ଼ିକୁ ଚଳଚଞ୍ଚଳ ରଖେ ଏବଂ ମସ୍ତିଷ୍କକୁ ଆହୁରି କ୍ରିୟାଶୀଳ ହେବାରେ ସାହାଯ୍ୟ କରେ। ମସ୍ତିଷ୍କ ସହ ଯୋଡ଼ି ହୋଇ ରହିଥିବା ସମସ୍ତ ସ୍ନାୟୁକୋଷଗୁଡ଼ିକ କ୍ରମଶଃ ଚଳଚଞ୍ଚଳ ହୋଇ ଉଠେ, ଫଳରେ ରକ୍ତ ସଂଚାଳନ ଠିକ୍‌ ଭାବେ ହେବା ସହ ମନ ପ୍ରଫୁଲ୍ଲ ରୁହେ। ଯେ କୌଣସି କାର୍ଯ୍ୟ କରିବା ପାଇଁ ଆଗ୍ରହ ସୃଷ୍ଟି ହୁଏ। ତା’ ସହ କୌଣସି ନିଷ୍ପତ୍ତି ନେବାର କ୍ଷମତାକୁ ବି ବଢ଼ାଏ। ସର୍ଭେ ସମୟରେ ନିୟମିତ ନିଜ ମନ ପସନ୍ଦର ସଙ୍ଗୀତ ଶୁଣୁଥିବା କିଛି ବ୍ୟକ୍ତିଙ୍କର ସ୍ମରଣ ଶକ୍ତିକୁ ତନ୍ନ ତନ୍ନ କରି ତର୍ଜମା କରାଯାଇଥିଲା। ଏମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତିଙ୍କର ସ୍ମରଣ ଶକ୍ତି ପୂର୍ବାପେକ୍ଷା ସକ୍ରିୟ ଥିବାର ବିଶେଷଜ୍ଞମାନେ ଜାଣିପାରିଥିଲେ ବୋଲି ସର୍ଭେ ରିପୋର୍ଟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri