କରୋନା ନେଇ ନୂଆ ଚିନ୍ତା, ଫୁସଫୁସ ନୁହେଁ ଏବେ ପେଟରେ ହେଉଛି ସଂକ୍ରମଣ…

ମେଲବୋର୍ନ,୨୧।୧୨ : ପୁଣିଥରେ ଦେଶରେ କରୋନା ମାମଲା ଦ୍ରୁତ ଗତି ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାର ସଜାଗ ରହିଛନ୍ତି। ବାସ୍ତବରେ, ବର୍ତ୍ତମାନ କରୋନାର ଜେଏନ.୧ ର ନୂତନ ଭ୍ୟାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ଏହାର ମୋଟ ୨୧ ଟି ନୂଆ ମାମଲା ରିପୋର୍ଟ ହୋଇଛି।
କେତେକ ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ଏପର୍ଯ୍ୟନ୍ତ କରାଯାଇଥିବା ଅନୁସନ୍ଧାନରୁ ଜଣାପଡିଛି ନୂଆ ଭ୍ୟାରିଆଣ୍ଟ ଯୋଗୁ ଫୁସଫୁସ ନୁହେଁ ପେଟରେ ସଂକ୍ରମଣ ହେଉଛି । ଏହା ଯୋଗୁ ଆକ୍ରାନ୍ତଙ୍କଠାରେ ଲୋକମାନେ ଗୁରୁତର ହଜମ ସମସ୍ୟା ଦେଖାଯାଉଛି। ତେବେ ଏପର୍ଯ୍ୟନ୍ତ ଏନେଇ ସବିଶେଷ ତଥ୍ୟ ପ୍ରକାଶ ପାଇନାହିଁ।

ଅଷ୍ଟ୍ରିଆ, ଜର୍ମାନୀ, ନେଦରଲାଣ୍ଡ, ସ୍ବିଜରଲାଣ୍ଡ ଏବଂ ସିଙ୍ଗାପୁର ସମେତ ଅନେକ ଦେଶରେ ପରୀକ୍ଷା ଦ୍ରୁତ ଗତିରେ ଜାରି ରହିଛି। ମେଲବୋର୍ନରେ ଇନଫ୍ଲୁଏଞ୍ଜା ଉପରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସହଯୋଗ କେନ୍ଦ୍ରର ଅନୁସନ୍ଧାନ ଏବଂ କେନ୍ଦ୍ରର ନିର୍ଦ୍ଦେଶକ କାନ୍ତା ସୁବାରାଭାନ କହିଛନ୍ତି, ଏହା ଆକ୍ରାନ୍ତଙ୍କ ହଜମ ପ୍ରକ୍ରିୟାରେ କୌଣସି କ୍ଷତି ଘଟାଉଛି କି ନାହିଁ ଆମେ ଶୀଘ୍ର ଅନୁସନ୍ଧାନ କରୁଛୁ। ସେହିଭଳି, ଆମେ ଓମିକ୍ରନ ଭ୍ୟାରିଆଣ୍ଟକୁ ମଧ୍ୟ ଅନୁସନ୍ଧାନ କରି ଠିକ ସମୟରେ ଚିହ୍ନଟ କରିଥିଲୁ। ଆମେ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛୁ।

ମେଲବୋର୍ନ ବିଶ୍ୱବିଦ୍ୟାଳୟର ପିଟର ଡୋହର୍ଟି ଇନଷ୍ଟିଚ୍ୟୁଟ ଫର ଇନଫେକ୍ସନ ଆଣ୍ଡ ଇମ୍ୟୁନିଟିର ମାଇକ୍ରୋବାୟୋଲୋଜି ଏବଂ ଇମ୍ୟୁନୋଲୋଜି ପ୍ରଫେସର ସୁବାରାଓ କହିଛନ୍ତି ଜରୁରୀକାଳୀନ ୱାର୍ଡ ପରିଦର୍ଶନ ଏବଂ ଅନ୍ୟାନ୍ୟ ଚିକିତ୍ସା ତଥ୍ୟ ଦ୍ୱାରା ଏହି ନୂତନ ପ୍ରକାରର ଗମ୍ଭୀରତା ନିର୍ଣ୍ଣୟ କରାଯାଇଛି। ଏହା ରୋଗୀର ହଜମ ପ୍ରକ୍ରିୟାକୁ କ୍ଷତି ପହଞ୍ଚାଉଛି କି ନାହିଁ ସେନେଇ ନିର୍ଦ୍ଦିଷ୍ଟ ସୂଚନା ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ। ତେବେ କେତେକଙ୍କଠାରେ ସେଭଳି କିଛି ସମସ୍ୟା ପ୍ରକାଶ ପାଇଛି। ନଭେମ୍ବର ପର୍ଯ୍ୟନ୍ତ ନେଦରଲାଣ୍ଡର କରୋନା ପୀଡିତମାନଙ୍କଠାରେ ସେଭଳି ଗୁରୁତର ପେଟ ସମସ୍ୟା ଥିବା ଲକ୍ଷଣ ଦେଖାଯାଇ ନ ଥିଲା। ଅଧିକାଂଶ ଲକ୍ଷଣ ୨୦୨୨ରେ ବ୍ୟାପିଥିବା ସଂକ୍ରମଣ ସହିତ ସମାନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri