ନୂଆବର୍ଷରେ ସରକାରଙ୍କ ନୂଆ ପଦକ୍ଷେପ: ଏହି ଯୋଜନାରେ କରନ୍ତୁ ଆବେଦନ, ପ୍ରତି ମାସରେ ମିଳିବ ୩୦୦୦ ଟଙ୍କା

ନୂଆଦିଲ୍ଲୀ,୨୨।୧୨: ଦେଶର ଏକ ବୃହତ ଜନସଂଖ୍ୟା ଅସଂଗଠିତ କ୍ଷେତ୍ର ସହିତ ଜଡିତ। ଅନେକ ପ୍ରକାରର ଆର୍ଥିକ ସମସ୍ୟା ଏହି ଲୋକଙ୍କ ଉପରେ ପ୍ରଭାବ ପକାଇଥାଏ। ଜୀବନର ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରମିକମାନେ କଠିନ ପରିଶ୍ରମ କରି କିଛି ଟଙ୍କା ରୋଜଗାର କରି ନିଜର ଜୀବିକା ନିର୍ବାହ କରନ୍ତି । ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଭାରତ ସରକାର ଯୋଜନା ପରେ ଯୋଜନା କରୁଛନ୍ତି। ଯେଉଁଥିରେ ସମସ୍ତେ ଉପକୃତ ହେଉଛନ୍ତି। ଏବେ ସରକାର ଆଉ ଏକ ଯୋଜନା ଆଣିଛନ୍ତି। ଏହି ଯୋଜନାର ନାମ ହେଉଛି ପ୍ରଧାନମନ୍ତ୍ରୀ ଶ୍ରମ ଯୋଗୀ ମାନଧନ ଯୋଜନା। ନୂତନ ବର୍ଷ ଅବସରରେ ଶ୍ରମିକମାନେ ଭାରତ ସରକାରଙ୍କ ଏହି ଯୋଜନାରେ ବିନିଯୋଗ କରି ସେମାନଙ୍କର ଭବିଷ୍ୟତକୁ ଆର୍ଥିକ ଦୃଷ୍ଟିରୁ ସୁରକ୍ଷିତ କରିପାରିବେ। ବିସ୍ତୃତ ଭାବରେ ଆସନ୍ତୁ ଜାଣିବା ଏହି ଯୋଜନା ବିଷୟରେ…

ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଶ୍ରମ ଯୋଗୀ ମାନଧନ ଯୋଜନାରେ ଅସଂଗଠିତ କ୍ଷେତ୍ର ସହିତ ଜଡିତ ସେହି ବ୍ୟକ୍ତି, ଆବେଦନ କରିପାରିବେ, ଯାହାଙ୍କ ବୟସ ୧୮ରୁ ୪୦ବର୍ଷ ମଧ୍ୟରେ ହୋଇଥିବ। ଏହି ଯୋଜନା ପାଇଁ ଆପଣ ଯେଉଁ ବୟସରେ ଆବେଦନ କରିବେ, ସେହି ଆଧାରରେ ନିବେଶର ରାଶି ନିଶ୍ଚିତ କରାଯିବ।

ଯଦି ଆପଣ ୧୮ ବର୍ଷ ବୟସରେ ଏହି ଯୋଜନା ପାଇଁ ଆବେଦନ କରନ୍ତି। ଏଭଳି ପରିସ୍ଥିତିରେ ଆପଣଙ୍କୁ ଏହି ଯୋଜନାରେ ପ୍ରତିମାସରେ ୫୫ ଟଙ୍କା ବିନିଯୋଗ କରିବାକୁ ପଡିବ। ସେହିପରି ୪୦ ବର୍ଷ ବୟସ୍କ ଏହି ଯୋଜନା ପାଇଁ ଆବେଦନ କରନ୍ତି । ଏଭଳି ପରିସ୍ଥିତିରେ ସେମାନଙ୍କୁୁ ଏହି ଯୋଜନାରେ ପ୍ରତିମାସରେ ୨୦୦ ଟଙ୍କା ବିନିଯୋଗ କରିବାକୁ ପଡିବ। ଆପଣଙ୍କୁ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଏହି ବିନିଯୋଗ କରିବାକୁ ପଡିବ। ୬୦ ବର୍ଷ ବୟସ ହେବା ପରେ ଆପଣ ପ୍ରତି ମାସରେ ପ୍ରଧାନମନ୍ତ୍ରୀ ଶ୍ରମ ଯୋଗୀ ମାନଧନ ଯୋଜନା ଅଧୀନରେ ପ୍ରତିମାସ ୩୦୦୦ ଟଙ୍କା ପେନସନ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?