ନୂଆବର୍ଷରେ ଗ୍ରାହକଙ୍କୁ ଉପହାର: କମିଲା ସିଲିଣ୍ଡର ଦାମ…

ନୂଆବର୍ଷ,୧।୧ : ସରକାରୀ ତୈଳ କମ୍ପାନୀଗୁଡିକ ଗ୍ରାହକଙ୍କୁ ନୂଆବର୍ଷର ଉପହାର ଦେଇଛନ୍ତି। ଇଣ୍ଡିଆନ ଅଏଲ (ଆଇଓସି), ଭରତ ପେଟ୍ରୋଲିୟମ (ବିପିସିଏଲ) ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ (ଏଚପିସିଏଲ) ଭଳି ସରକାରୀ ତୈଳ କମ୍ପାନୀ ନୂଆବର୍ଷର ପ୍ରଥମ ଦିନରୁ ହାଲୱାଇ ସିଲିଣ୍ଡର ନାମରେ ଜଣାଶୁଣା ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ହ୍ରାସ କରିବାକୁ ଘୋଷଣା କରିଛନ୍ତି। ଏହି କମ୍ପାନୀଗୁଡିକ ମାତ୍ର ଏକ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ହ୍ରାସ କରିଛନ୍ତି ।

ଦେଶର ବୃହତ୍ତମ ପେଟ୍ରୋଲିୟମ ମାର୍କେଟିଂ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ତରଫରୁ ମିଳିଥିବା ସୂଚନା ଅନୁଯାୟୀ ୧୯କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧ ଜାନୁୟାରୀ ୨୦୨୪ ରୁ ୨ ଟଙ୍କା ହ୍ରାସ ପାଇଛି। ବର୍ତ୍ତମାନ ଏହି ସିଲିଣ୍ଡରର ମୂଲ୍ୟ ଦିଲ୍ଲୀରେ ୧୭୫୫ ଟଙ୍କାକୁ ହ୍ରାସ ପାଇଛି। ଏହାପୂର୍ବରୁ ଡିସେମ୍ବର ୨୨ରେ ମଧ୍ୟ ଏହି ସିଲିଣ୍ଡରର ମୂଲ୍ୟ ୩୦.୫୦ ଟଙ୍କା ହ୍ରାସ କରାଯାଇଥିଲା।

ସରକାରୀ ତୈଳ କମ୍ପାନୀଗୁଡିକ ଘରୋଇ ଗ୍ୟାସ ସିଲିଣ୍ଡର ଅର୍ଥାତ ୧୪ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି। ଏହାର ମୂଲ୍ୟ ଶେଷ ଅଗଷ୍ଟ ୩୦ ରେ ପରିବର୍ତ୍ତନ କରାଯାଇଥିଲା। ତା’ପରେ କେନ୍ଦ୍ର ସରକାର ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୨୦୦ ଟଙ୍କା ସବସିଡି ଯୋଗ କରିଥିଲେ। ଏହି କାରଣରୁ ବଜାରରେ ଏହାର ମୂଲ୍ୟ ୨୦୦ ଟଙ୍କା ହ୍ରାସ କରାଯାଇଥିଲା।

ଏକ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଛି। ବର୍ତ୍ତମାନ ଦେଶର ରାଜଧାନୀ ଦିଲ୍ଲୀରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧.୫ ରୁ ୧୭୫୫.୫୦ଟଙ୍କାକୁ ହ୍ରାସ ପାଇଛି। ତେବେ କୋଲକାତାରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୦ ପଇସା ବୃଦ୍ଧି ପାଇ ୧୮୬୯ ଟଙ୍କା ହୋଇଛି। ମୁମ୍ବାଇରେ ବାଣିଜତ୍ୟକ ଗ୍ୟାସ ସିଲିଣ୍ଡର ୧.୫୦ ଟଙ୍କା ଶସ୍ତା ହୋଇଛି ଏବଂ ଏହାର ମୂଲ୍ୟ ୧୭୦୮.୫୦ ଟଙ୍କାକୁ ଖସି ଆସିଛି। ଚେନ୍ନାଇରେ ଏହାର ମୂଲ୍ୟ ସର୍ବାଧିକ ୪.୫ ଟଙ୍କା ହ୍ରାସ ପାଇଛି ଏବଂ ସେଠାରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୯୨୪.୫୦ ଟଙ୍କା ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?