ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଲାଞ୍ଜିଗଡ଼ ପଞ୍ଚାୟତ ଅନ୍ତର୍ଗତ ଜାମଚୁଆ ଗ୍ରାମର ସ୍ବର୍ଗତ ସାଇବ ମାଝୀର ପତ୍ନୀ ମଲ (୫୫)।

ସୂଚନାନୁସାରେ, ମୃତ ମଲ କୌଣସି କାମରେ ଗାଁର ଲକ୍ଷ୍ମୀ ମାଝୀ ସହିତ ଜାମଚୁଆ ଗାଁରୁ ଲାଞ୍ଜିଗଡ଼ରୁ ଆଶ୍ରମପଡ଼ା ଆଡ଼କୁ ଯାଉଥିବା ସମୟରେ ପଛପଟୁ ଲାଞ୍ଜିଗଡ଼ ଆଡୁ କୌଣସି ଏକ କାର୍‌ ଦ୍ରୁତଗତିରେ ଆସି ଧକ୍କା ଦେଇଥିବା ବେଳେ ୧୦ ମିଟର ଦୂରକୁ ମହିଳା ଜଣକ ଛିଟିକି ପଡ଼ିଥିବା ବେଳେ ସେଇଠାରେ ହିଁ ତାଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ଧକ୍କା ଦେଇଥିବା ଗାଡ଼ି ସେଠାରୁ ଫେରାର ହୋଇଯାଇଥିଲା। ଖବର ଶୁଣି ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ କ୍ଷତିପୂରଣ ଓ ମୃତ ମହିଳାଙ୍କୁ ନ୍ୟାୟ ଦାବିରେ ରାସ୍ତା ଉପରେ ଶବ ରଖି ଲାଞ୍ଜିଗଡ଼ିଠାରୁ ବିଶ୍ୱନାଥପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଦୁର୍ଘଟଣା ଦେଖି ନିକଟସ୍ଥ ଲୋକେ ଲାଞ୍ଜିଗଡ଼ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଲାଞ୍ଜିଗଡ଼ ଥାନାଧିକାରୀ ଯଶୋବନ୍ତ ହିଆଲଙ୍କ ନେତୃତ୍ୱରେ ଏସ୍‌ଆଇ ଡୋଳାମଣି ବିଶି, ଏଏସ୍‌ଆଇ ବଳଭଦ୍ର ଗୌଡ଼ ପୋଲିସ ବଳ ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri