ନୂଆବର୍ଷ ପାଳନ ଫିକା, ବହୁ ରାଜ୍ୟରେ କଟକଣା ଜାରି …

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୯ ରାଜ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୧୦ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା କଟକଣା ଜାରି ହୋଇଛି। ଫଳରେ ନୂଆବର୍ଷ ପାଳନ ଫିକା ପଡ଼ିବାକୁ ଯାଉଛି।

୧୦ ରାଜ୍ୟ ସରକାରଙ୍କ ପକ୍ଷରୁ ନାଇଟ୍‌ କର୍ଫ୍ୟୁ ଘୋଷଣା କରାଯାଇଛି। ପୂର୍ବବର୍ଷ ପରି ଏବର୍ଷ ମଧ୍ୟ ନୂଆବର୍ଷ ଫିକା ପଡ଼ିଛି। ଦେଶରେ କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ରୋକିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ସରକାରଙ୍କୁ ପରାମର୍ଶ ଦେଇଥିବାବେଳେ ଏହାର ପାଳନ କରିବା ଆରମ୍ଭ ହୋଇଛି।

ଇତିମଧ୍ୟରେ ଦିଲ୍ଲୀ, ମହାରାଷ୍ଟ୍ର, ଆସାମ, ଉତ୍ତରପ୍ରଦେଶ, କର୍ନାଟକ, ମଧ୍ୟପ୍ରଦେଶ, ହରିୟାଣା, ଗୁଜୁରାଟ, ତାମିଲନାଡୁ, ଓଡ଼ିଶା ଆଦି ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ହିମାଚଳପ୍ରଦେଶରେ ମଧ୍ୟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ତେଣୁ ଖୁୂବ୍‌ ଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବା ଆଶା କରାଯାଉଛି।

ଦିଲ୍ଲୀ ସରକାର ଡିସେମ୍ବର ୨୭ଠାରୁ ରାତ୍ରକାଳୀନ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ରାତି ୧୧ ଟାରୁ ଭୋର ୫ ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ।

ମହାରାଷ୍ଟ୍ର ସରକାର ରାତି ୯ଟାରୁ ସକାଳ ୬ ଟା ମଧ୍ୟରେ ରାଜ୍ୟରେ ପାଞ୍ଚରୁ ଅଧିକ ଲୋକଙ୍କ ସମାବେଶ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।

କର୍ନାଟକରେ ରାତ୍ରକାଳୀନ କର୍ଫ୍ୟୁ ଡିସେମ୍ବର ୨୮ରୁ କାର୍ଯ୍ୟକାରୀ ହେବ ଏବଂ ଏହ ରାତି ୧୦ଟାରୁ ଭୋର ୫ଟା ପର୍ଯ୍ୟନ୍ତ ଲାଗୁହେବ। ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇଙ୍କ ଦ୍ୱାରା ଘୋଷିତ କର୍ଫ୍ୟୁ ୧୦ ଦିନ ପର୍ଯ୍ୟନ୍ତ ଚାଲିବ

ନୂଆବର୍ଷକୁ ଦୃଷ୍ଟିରେ ରଖି ଡିସେମ୍ବର ୨୫ଠାରୁ ଉତ୍ତରପ୍ରଦେଶ ସରକାର ରାତ୍ରି କର୍ଫ୍ୟୁ ଲାଗୁ କରିଛନ୍ତି। ଏହା ରାତି ୧୧ ଟାରୁ ଭୋର୍‌ ୫ ଟା ପର୍ଯ୍ୟନ୍ତ ଜାରି ରହିବ।

ଆସାମ ସରକାର ରାତି ସାଢ଼େ ୧୧ଟାଠାରୁ ସକାଳ ୬ଟା ପର୍ଯ୍ୟନ୍ତ ରାଜ୍ୟରେ ରାତ୍ରି କର୍ଫ୍ୟୁ ଘୋଷଣା କରିଛନ୍ତି।

ଡିସେମ୍ବର ୨୫ରୁ ହରିୟାଣାରେ ରାତି ୧୧ ଟା ରୁ ଭୋର ୫ ଟା ପର୍ଯ୍ୟନ୍ତ ଲୋକଙ୍କ ଗତିବିଧି ଉପରେ ପ୍ରତିବନ୍ଧକ ଲଗାଯାଇଛି। ସରକାରଙ୍କ ଅନୁଯାୟୀ, ଏହି ପ୍ରତିବନ୍ଧକ ଜାନୁୟାରୀ ୫ ପର୍ଯ୍ୟନ୍ତ ବଳବତ୍ତର ରହିବ।

ମଧ୍ୟପ୍ରଦେଶ ସରକାର ରାଜ୍ୟରେ ରାତ୍ରି କର୍ଫ୍ୟୁ ଲାଗୁ କରିଛନ୍ତି। ରାତି ୧୧ ଟାରୁ ଭୋର୍‌ ୫ ଟା ପର୍ଯ୍ୟନ୍ତ ଏହା ଜାରି ରହିବ।

ଗୁଜୁରାଟରେ ଲାଗୁ ହୋଇଥିବା ରାତ୍ରିକାଳୀନ କର୍ଫ୍ୟୁ ଅହମ୍ମଦାବାଦ, ସୁରଟ, ରାଜକୋଟ, ବଡ଼ୋଦରା, ଜୁନାଗଡ, ଜାମନଗର, ଭାବନଗର ଏବଂ ଗାନ୍ଧିନଗର ଆଦି ସହରରେ ଦୁଇ ଘଣ୍ଟା ବୃଦ୍ଧି କରାଯାଇଛି। ନୂତନ ସମୟ ରାତି ୧୧ ଟାରୁ ଭୋର ୫ଟା ପର୍ଯ୍ୟନ୍ତ ରହିଛି।

ଓଡ଼ିଶାରେ ମଧ୍ୟ ନୂଆ ବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ନିଷେଧାଦେଶ ୨୫ ଡିସେମ୍ବରରୁ ୨ଜାନୁୟାରୀ ପର୍ଯ୍ୟନ୍ତ ଜାରି ରହିବ। ମୁଖ୍ୟ ସଚିବ ଏସ.ସି. ମହାପାତ୍ର ଏକ ଆଦେଶରେ କହିଛନ୍ତି ଯେ ଲୋକଙ୍କ ସ୍ବାସ୍ଥ୍ୟର ସୁରକ୍ଷା ତଥା ନୂଆ ଭାରିଆଣ୍ଟର ସଂକ୍ରମଣକୁ ରୋକିବା ପାଇଁ ସରକାର ଏହି ପ୍ରତିବନ୍ଧକ ଘୋଷଣା କରିଛନ୍ତି। ହୋଟେଲ, କ୍ଲବ, ରେଷ୍ଟୁରାଣ୍ଟ, ପାର୍କ, କନଭେନଶନ ହଲ, କଲ୍ୟାଣ ମଣ୍ଡପ ଏବଂ ଅନ୍ୟାନ୍ୟ ସ୍ଥାନରେ ରାତିର ସମାରୋହ ଅନୁଷ୍ଠିତ ହେବ ନାହିଁ। ସେହିପରି ନୂଆ ବର୍ଷର ଉତ୍ସବକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।

ତାମିଲନାଡୁ ସରକାର ଡିସେମ୍ବର ୧୪ଠାରୁ ଚେନ୍ନାଇର ସମସ୍ତ ବେଳାଭୂମିରେ ନୂଆ ବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ତାମିଲନାଡୁ ସରକାର କହିଛନ୍ତି ଯେ ଡିସେମ୍ବର ୩୧ ଏବଂ ଜାନୁଆରୀ ୧ ରେ ସେଠାରେ କୌଣସି ପ୍ରବେଶ ଏବଂ ଭିଡ଼କୁ ଅନୁମତି ଦିଆଯିବ ନାହିଁ। ସରକାର ଏହା ମଧ୍ୟ କହିଛନ୍ତି ଯେ ସାମାଜିକ, ସାଂସ୍କୃତିକ ତଥା ରାଜନୈତିକ ଆୟୋଜନ ଉପରେ ପ୍ରତିବନ୍ଧକ ଡିସେମ୍ବର ୩୧ ପର୍ଯ୍ୟନ୍ତ ଜାରି ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri