କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଭେଟି: ନିୟମିତ ହେଲେ ୯୨୯ ଶିକ୍ଷୟିତ୍ରୀଶିକ୍ଷକ

ଭବାନୀପାଟଣା, ୨ା୧(ଉତ୍ତମ କୁମାର ଦାଶ):ପ୍ରାଥମିକ ଶିକ୍ଷାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ କରି କୋମଳମତି ପିଲାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ୨୦୧୮ରେ ସରକାର କଳାହାଣ୍ଡି ଜିଲାରେ ୧୦୧୬ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ। ଏହା ଦ୍ୱାରା ଗ୍ରାମାଞ୍ଚଳରେ ଶିକ୍ଷାଦାନର ସଫଳ ରୂପାୟନ ଦେଖାଯାଇଥିଲା। ନିୟମାନୁଯାୟୀ ୬ବର୍ଷ ପରେ ଏହି ଶିକ୍ଷକମାନେ ନିୟମିତ ହେବା କଥା। ହେଲେ ୬ବର୍ଷ ୯ ମାସ ପରେ ବି ସେମାନେ ନିୟମିତ ହୋଇପାରୁ ନ ଥିଲେ। ଏହାକୁ ନେଇ ଗତ ନଭେମ୍ବରରେ କନିଷ୍ଠ ଶିକ୍ଷକମାନେ ଭବାନୀପାଟଣାରେ ଏକ ଶୋଭାଯାତ୍ରା କରି ଜିଲା ଶିକ୍ଷାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶିକ୍ଷା ବିଭାଗ ପକ୍ଷରୁ ନୂଆବର୍ଷ ଭେଟି ସ୍ବରୂପ ଜିଲାର ୯୨୯ ଜଣ କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତିପତ୍ର ଦିଆଯାଇଛି। ଅବଶିଷ୍ଟ ୮୭ ଜଣଙ୍କୁ ଖୁବ୍‌ଶୀଘ୍ର ନିୟମିତ କରାଯିବ ବୋଲି ଜଣାପଡିଛି। ଏଥିପାଇଁ ସମସ୍ତ କନିଷ୍ଠ ଶିକ୍ଷକ ମଙ୍ଗଳବାର ସାରେ ଜିଲା ଶିକ୍ଷାଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କୁ ସାକ୍ଷାତ କରି କୃତଜ୍ଞତା ଜଣାଇଛନ୍ତି। ଦୀର୍ଘ ୬ବର୍ଷ ଅଳ୍ପ ଦରମାରେ ବିଭିନ୍ନ ଘାତପ୍ରତିଘାତ ସହିଆସୁଥିବା କନିଷ୍ଠ ଶିକ୍ଷକଙ୍କ ସହ ସମସ୍ତ ଶିକ୍ଷକ ମହଲରେ ଏହା ଆନନ୍ଦର ଲହରି ଖେଳାଇ ଦେଇଛି। ଏହି ଅବସରରେ ସଭାପତି ଅଭିଷେକ ପଣ୍ଡା, ସାଧାରଣ ସମ୍ପାଦକ ଦେବଦତ୍ତ ମିଶ୍ର, କାର୍ଯ୍ୟକାରୀ ସଭାପତି କାଳୁ ଚରଣ ମହାରଣା, ଉପସଭାପତି ମୋହନ କୁମାର ନାଏକ, ଉପଦେଷ୍ଟା ଶିବ ଶଙ୍କର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri