କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଭେଟି: ନିୟମିତ ହେଲେ ୯୨୯ ଶିକ୍ଷୟିତ୍ରୀଶିକ୍ଷକ

ଭବାନୀପାଟଣା, ୨ା୧(ଉତ୍ତମ କୁମାର ଦାଶ):ପ୍ରାଥମିକ ଶିକ୍ଷାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ କରି କୋମଳମତି ପିଲାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ୨୦୧୮ରେ ସରକାର କଳାହାଣ୍ଡି ଜିଲାରେ ୧୦୧୬ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ। ଏହା ଦ୍ୱାରା ଗ୍ରାମାଞ୍ଚଳରେ ଶିକ୍ଷାଦାନର ସଫଳ ରୂପାୟନ ଦେଖାଯାଇଥିଲା। ନିୟମାନୁଯାୟୀ ୬ବର୍ଷ ପରେ ଏହି ଶିକ୍ଷକମାନେ ନିୟମିତ ହେବା କଥା। ହେଲେ ୬ବର୍ଷ ୯ ମାସ ପରେ ବି ସେମାନେ ନିୟମିତ ହୋଇପାରୁ ନ ଥିଲେ। ଏହାକୁ ନେଇ ଗତ ନଭେମ୍ବରରେ କନିଷ୍ଠ ଶିକ୍ଷକମାନେ ଭବାନୀପାଟଣାରେ ଏକ ଶୋଭାଯାତ୍ରା କରି ଜିଲା ଶିକ୍ଷାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶିକ୍ଷା ବିଭାଗ ପକ୍ଷରୁ ନୂଆବର୍ଷ ଭେଟି ସ୍ବରୂପ ଜିଲାର ୯୨୯ ଜଣ କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତିପତ୍ର ଦିଆଯାଇଛି। ଅବଶିଷ୍ଟ ୮୭ ଜଣଙ୍କୁ ଖୁବ୍‌ଶୀଘ୍ର ନିୟମିତ କରାଯିବ ବୋଲି ଜଣାପଡିଛି। ଏଥିପାଇଁ ସମସ୍ତ କନିଷ୍ଠ ଶିକ୍ଷକ ମଙ୍ଗଳବାର ସାରେ ଜିଲା ଶିକ୍ଷାଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କୁ ସାକ୍ଷାତ କରି କୃତଜ୍ଞତା ଜଣାଇଛନ୍ତି। ଦୀର୍ଘ ୬ବର୍ଷ ଅଳ୍ପ ଦରମାରେ ବିଭିନ୍ନ ଘାତପ୍ରତିଘାତ ସହିଆସୁଥିବା କନିଷ୍ଠ ଶିକ୍ଷକଙ୍କ ସହ ସମସ୍ତ ଶିକ୍ଷକ ମହଲରେ ଏହା ଆନନ୍ଦର ଲହରି ଖେଳାଇ ଦେଇଛି। ଏହି ଅବସରରେ ସଭାପତି ଅଭିଷେକ ପଣ୍ଡା, ସାଧାରଣ ସମ୍ପାଦକ ଦେବଦତ୍ତ ମିଶ୍ର, କାର୍ଯ୍ୟକାରୀ ସଭାପତି କାଳୁ ଚରଣ ମହାରଣା, ଉପସଭାପତି ମୋହନ କୁମାର ନାଏକ, ଉପଦେଷ୍ଟା ଶିବ ଶଙ୍କର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri