Posted inଖେଳ

ନ୍ୟୁଜିଲାଣ୍ଡ ୨୨୨/୩

ମାଉଣ୍ଟ ମଙ୍ଗାନୁଇ, ୨୭ା୧୨ (ଏପି)-ସ୍ଥାନୀୟ ବେ’ ଓଭାଲଠାରେ ଘରୋଇ ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ କ୍ରିକେଟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଛି। ଏଥିରେ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ୩ଉଇକେଟ ବିନିମୟରେ ୨୨୨ ରନ ସଂଗ୍ରହ କରି ନିଜ ସ୍ଥିତି ସୁଦୃଢ କରିଛି। ଅଧିନାୟକ କେନ୍‌ ଓ୍ବିଲିୟମସନ ୯୪ ଏବଂ ହେନ୍‌ରି ନିକୋଲ୍ସ ୪୨ ରନ କରି ଅପରାଜିତ ରହିଛନ୍ତି। ରସ୍‌ ଟେଲର ୭୦ ରନ କରି ଶାହିନ ଆଫ୍ରିଦୀଙ୍କ ବଲ୍‌ରେ ରିଜଓ୍ବାନଙ୍କ ଦ୍ୱାରା କ୍ୟାଚ୍‌ ଆଉଟ ହୋଇଯାଇଥିଲେ। ତେବେ ସେ ଆଉଟ ହେବା ପୂର୍ବରୁ ଓ୍ବିଲିୟମସନଙ୍କ ସହ ୧୨୦ ରନର ପାର୍ଟନରଶିପ୍‌ ହୋଇଥିଲା। ପୁନଶ୍ଚ ଓ୍ବିଲିୟମସନ ଓ ନିକୋଲ୍ସଙ୍କ ମଧ୍ୟରେ ଅପରାଜିତ ୮୯ରନର ପାର୍ଟରଶିପ୍‌ ହୋଇସାରିଛି। ପ୍ରଥମ ଦିବସରେ ଆଉଟ ହୋଇଥିବା ଅନ୍ୟ ଦୁଇ ବ୍ୟାଟ୍ସମ୍ୟାନ ଓପନର ଟମ୍‌ ଲଥାମ (୪) ଓ ଟମ୍‌ ବ୍ଲଣ୍ଡେଲ ମଧ୍ୟ ଶାହିନ ଆଫିଦୀଙ୍କ ବୋଲିଂର ଶିକାର ହୋଇଥିଲେ। ଏହି ଦୁଇ ବ୍ୟାଟ୍ସମ୍ୟାନ ଆଉଟ ହେବାବେଳେ ବୋର୍ଡରେ ଦଳର ସ୍କୋର ମାତ୍ର ୧୩ ରନ ରହିଥିଲା। ଆଫ୍ରିଦୀ ତାଙ୍କ ୨୦ ଓଭର ବୋଲିଂରେ ୫ ମେଡେନ ସହ ୫୫ ରନ ବିନିମୟରେ ୩ଟି ଯାକ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri