Posted inଖେଳ

ଇମ୍ରାନଙ୍କ ଆଶ୍ୱାସନା ସତ୍ତ୍ୱେ ଖେଳିବାକୁ ମନା କଲା ନ୍ୟୁଜିଲାଣ୍ଡ

ରାଓ୍ବଲପିଣ୍ଡି,୧୭।୯: ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରେ ଏଠାରେ ଶୁକ୍ରବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯିବାର ଥିଲା। କିନ୍ତୁ ମ୍ୟାଚ୍‌ ଆରମ୍ଭ ହେବାର ଘଣ୍ଟାକ ପୂର୍ବରୁ ସୁରକ୍ଷା ଗତ କାରଣ ଦର୍ଶାଇ ପୂରା ଗସ୍ତକୁ ବାତିଲ ଘୋଷଣା କରିଛି ନ୍ୟୁଜିଲାଣ୍ଡ କ୍ରିକେଟ୍‌। ଏପରିକି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବ୍ୟକ୍ତିଗତ ଭାବେ ଆଶ୍ୱସନା ଦେବା ପରେ ମଧ୍ୟ ଖେଳିବାକୁ ମନା କରି ଦେଇଛି ନ୍ୟୁଜିଲାଣ୍ଡ।

ସରକାରଙ୍କ ପକ୍ଷରୁ ସୁରକ୍ଷା ଜନିତ ଚିନ୍ତା ବ୍ୟକ୍ତ କରାଯିବା ପରେ ଆମେ ପାକିସ୍ତାନ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ ପୂର୍ବରୁ ପୂରା ସିରିଜ୍‌କୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛୁ। ନ୍ୟୁଜିଲାଣ୍ଡ କ୍ରିକେଟର ସୁରକ୍ଷା ଅଧିକାରୀଙ୍କ ପରାମର୍ଶ କ୍ରମେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏବେ ଦଳର ଫେରିବା ବ୍ୟବସ୍ଥା କରାଯାଉଥିବା ନ୍ୟୁଜିଲାଣ୍ଡ କ୍ରିକେଟ୍‌ ପକ୍ଷରୁ କୁହାଯାଇଛି।

ତେବେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବ୍ୟକ୍ତିଗତ ଭାବେ ତାଙ୍କ ନ୍ୟୁଜିଲାଣ୍ଡ ପ୍ରତିପକ୍ଷ ଜାକିନ୍ଦା ଆର୍ଡେନଙ୍କ ସହ ଆଲୋଚନା କରିଥିଲେ। ଇମ୍ରାନ ଜଣାଇଥିଲେ ଯେ, ଆମ ପାଖରେ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଇଣ୍ଟେଲିଜେନ୍ସ ସିଷ୍ଟମ ରହିଛି। ଭ୍ରମଣକାରୀ ଦଳ ପ୍ରତି କୌଣସି ବିପଦ ନାହିଁ। ପିସିବି ଓ ପାକିସ୍ତାନ ସରକାର ନ୍ୟୁଜିଲାଣ୍ଡ ଦଳ ପାଇଁ ଫୁଲପ୍ରୁପ୍‌ ସୁରକ୍ଷା ବ୍ୟବସ୍ଥା କରିଛନ୍ତି। ଆମେ ଭ୍ରମଣକାରୀ ଦଳର ସୁରକ୍ଷା ନେଇ ନ୍ୟୁଜିଲାଣ୍ଡ କିକେଟକୁ ଆଶ୍ୱସନା ଦେଉଛୁ। ଏହାସତ୍ତ୍ୱେ ସିରିଜ୍‌ରୁ ଓହରିବାକୁ ନିଷ୍ପତ୍ତି ନେଇଥିଲେ ଏନ୍‌ଜେଡ୍‌ସି ମୁଖ୍ୟ ଡେଭିଡ ହ୍ବାଇଟ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri