Posted inଖେଳ

୧୩୨ରେ ନ୍ୟୁଜିଲାଣ୍ଡ ଅଲଆଉଟ୍‌

ଲଣ୍ଡନ,୨।୬: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାରଠାରୁ ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଯାଇଛି। ପ୍ରଥମ ଦିନ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୩୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଦଳ ମାତ୍ର ୪୫ ରନ୍‌ ମଧ୍ୟରେ ପ୍ରମୁଖ ୭ ବ୍ୟାଟରଙ୍କୁ ହରାଇ ସାରିଥିଲା। କଲିନ ଡେ’ ଗ୍ରାଣ୍ଡହୋମଙ୍କ ଅପରାଜିତ ୪୨(୪ ଚୌକା) ଏବଂ ଟିମ୍‌ ସୌଦି (୨୬)ଙ୍କ ଯୋଗୁ ଦଳୀୟ ସ୍କୋର ୧୩୨ ରନ୍‌ରେ ପହଞ୍ଚି ପାରିଥିଲା। ଦଳ ୬ ବ୍ୟାଟର ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଏହି ମ୍ୟାଚ୍‌ରେ ଟେଷ୍ଟ ପଦାର୍ପଣ କରୁଥିବା ମ୍ୟାଟି ପଟ୍ସ ୯.୨ ଓଭରରେ ୧୩ ରନ୍‌ ଦେଇ ୪ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜେମ୍ସ ଆଣ୍ଡରସନ ୪ ଉଇକେଟ ନେଇଥିବା ବେଳେ ଷ୍ଟ୍ରୁଆର୍ଟ ବ୍ରଡ ଓ ଅଧିନାୟକ ବେନ ଷ୍ଟୋକ୍ସ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଏହି ଇନିଂସର ୨୩ତମ ଓଭର ଶେଷ ହେବା ପରେ ୨୩ ସେକେଣ୍ଡ ପାଇଁ ଉଭୟ ଦଳର ଖେଳାଳିମାନେ କରତାଳି ମାରି ଅଷ୍ଟ୍ରେଲିଆନ କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ ଓ୍ବର୍ନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।

ଅନ୍ୟପକ୍ଷେ ଇଂଲଣ୍ଡ ପ୍ରଥମ ଇନିଂସ୍‌ ବ୍ୟାଟିଂ ଆରମ୍ଭ କରି ୩୬ ଓଭରରେ ୧୧୫ ରନ୍‌ କରି ୭ ଉଇକେଟ ହରାଇଛି। ଦଳକୁ ପ୍ରଥମ ଇନିଂସରେ ଅଗ୍ରଣୀ ପାଇଁ ୩ ଉଇକେଟରେ ୧୬ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri