Posted inଖେଳ

ରେକର୍ଡ ବ୍ରେକିଂ ପ୍ରଦର୍ଶନ ସତ୍ତ୍ୱେ ଦଳରୁ ବାଦ୍‌ ପଡିଲେ ଏହି ଖେଳାଳି

ଖ୍ରୀଷ୍ଟଚର୍ଚ୍ଚ,୨୩।୧୨: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜ ପାଇଁ ନ୍ୟୁଜିଲାଣ୍ଡ ୧୩ ଜଣିଆ ଦଳ ଘୋଷଣା କରିଛି। ହେଲେ ଆଶ୍ଚର୍ଯ୍ୟନକ ଭାବେ ସ୍ପିନର ଏଜାଜ ପଟେଲ ଏହି ଦଳରେ ସ୍ଥାନ ପାଇ ନାହାନ୍ତି। ଭାରତ ଗସ୍ତରେ ଏକ ଟେଷ୍ଟର ଗୋଟିଏ ଇନିଂସରେ ସେ ସବୁ ୧୦ଟି ଯାକ ଉଇକେଟ ହାସଲ କରି ରେକର୍ଡ ବୁକ୍‌ରେ ସ୍ଥାନ ପାଇଥିଲେ ମଧ୍ୟ ତାଙ୍କୁ ଦଳରେ ସାମିଲ କରାଯାଇ ନାହିଁ।
ଇଂଲଣ୍ଡର ଜିମ ଲେକର ଓ ଭାରତର ଅନିଲ କୁମ୍ବଲେଙ୍କ ପରେ ଏଜାତ ତୃତୀୟ ବୋଲର ଭାବେ ଟେଷ୍ଟ ଇତିହାସରେ ଗୋଟିଏ ଇନିଂସରେ ସବୁ ୧୦ଟି ଯାକ ଉଇକେଟ ଅକ୍ତିଆର କରିଥିଲେ। ଚଳିତ ମାସ ପ୍ରାରମ୍ଭରେ ଅନୁଷ୍ଠିତ ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ୧୧୯ ରନ ଦେଇ ୧୦ ଉଇକେଟ ଅକ୍ତିଆର କରିଥିଲେ। ବାଂଲାଦେଶ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଜାନୁୟାରୀ ୧ ତାରଖରୁ ପ୍ରଥମ ଟେଷ୍ଟ ଆରମ୍ଭ ହେବ। ଏହି ଦଳରେ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ, ଟିମ୍‌ ସୌଦି, କାଏଲ ଜେମିସନ, ନିଲ ଓ୍ବାଗନର ଓ ମ୍ୟାଟ ହେନରୀଙ୍କ ସମେତ ମିଡିୟମ ପେସର ଅଲରାଉଣ୍ଡର ଡାରିଲ ମିଚେଲ ଏବଂ ସ୍ପିନ ଅଲରାଉଣ୍ଡର ରଚିନ ରବୀନ୍ଦ୍ର ସ୍ଥାନ ପାଇଛନ୍ତି। ପ୍ରଥମ ଟେଷ୍ଟ ମାଉଣ୍ଟ ମାଉନଗାନୁଇ ଓ ଖ୍ରୀଷ୍ଟଚର୍ଚ୍ଚର ହଗଲି ଓଭାଲ ଗ୍ରାଉଣ୍ଡରେ ଖେଳାଯିବ।

ସ୍ଥିତିକୁ ଦୃଷ୍ଟିରେ ରଖି ଏକ ଶ୍ରେଷ୍ଠ ଦଳ ଚୟନ କରିବା ଆମର ଲକ୍ଷ୍ୟ। ତେଣୁ ରେକର୍ଡ ବ୍ରେକିଂ ପ୍ରଦର୍ଶନ ସତ୍ତ୍ୱେ ଏଜାଜଙ୍କୁ ଏହି ଦଳରେ ସ୍ଥାନ ମିଳିନାହିଁ ବୋଲି ନ୍ୟୁଜିଲାଣ୍ଡ କୋଚ୍‌ ଗ୍ୟାରୀ ଷ୍ଟେଡ କହିଛନ୍ତି। ଡାରିଲ ଓ ରଚିନ ସାମିଲ ହୋଇଥିବାରୁ ଦଳର ସନ୍ତୁଳନରେ ଉନ୍ନତି ଆସିବ ବୋଲି ସେ କହିଛନ୍ତି। କେନ୍‌ ଓ୍ବିଲିୟମସନଙ୍କ ଅନୁପସ୍ଥିତିରେ ଟିମ୍‌ ଲାଥମ ଦଳର ନେତୃତ୍ୱ ନେବେ। ଏଲବୋ ଇଞ୍ଜୁରି କାରଣରୁ ଓ୍ବିଲିୟମସନ ସିରିଜ ବାଦ୍‌ ପଡିଛନ୍ତି। ବ୍ୟାଟ୍ସମ୍ୟାନ ଡେଭନ କନଓ୍ବେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗତମାସରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ ଖେଳିବା ଅବସରରେ ତାଙ୍କ ହାତ ଭାଙ୍ଗି ଯାଇଥିଲା। ଓ୍ବିଲିୟମସନଙ୍କ ଅନୁପସ୍ଥିତିରେ ଲାଥମ ଦଳରେ ନେତୃତ୍ୱ ନେବାରେ ସଫଳ ହେବେ ବୋଲି ଷ୍ଟେଡ୍‌ ଆଶା ପ୍ରକାଶ କରିଛନ୍ତି।

ନ୍ୟୁଜିଲାଣ୍ଡ ଦଳ: ଟମ୍‌ ଲାଥମ (ଅଧିନାୟକ), ଟମ୍‌ ବ୍ଲଣ୍ଡେଲ, ଟ୍ରେଣ୍ଟ ବୋଲ୍ଟ, ଡେଭନ କନଓ୍ବେ, ମ୍ୟାଟ୍‌ ହେନେରୀ, କାଲଏ ଜେମିସନ, ଡାରିଲ ମିଚେଲ, ହେନେରୀ ନିକୋଲ୍ସ, ରଚିନ ରବୀନ୍ଦ୍ର, ଟିମ ସୌଦି, ରସ ଟେଲର, ନିଲ ଓ୍ବାଗନର ଓ ଓ୍ବିଲ ୟଙ୍ଗ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri