Posted inଖେଳ

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ: ଅଷ୍ଟ୍ରେଲିଆ ୭ ଉଇକେଟରେ ପରାସ୍ତ

ଓ୍ବେଲିଂଟନ,୮।୩(ଏପି): ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୭ଟି ବଲ ବାକିଥାଇ ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ଟି୨୦ ସିରିଜରେ ନ୍ୟୁଜିଲାଣ୍ଡ ୩-୨ ବ୍ୟବଧାନରେ ବାଜି ମାରିଛି। ସ୍ଥାନୀୟ ସ୍କାଏ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦ ଓଭରରେ ୮ ଉଇକେଟ ହରାଇ ୧୪୨ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୫.୩ ଓଭରରେ ୩ ଉଇକେଟ ହରାଇ ବିଜୟଲକ୍ଷ୍ୟ ହାସଲ କରି ନେଇଥିଲା। ୪୬ ବଲରୁ ୭ ଚୌକା ଓ ୪ ଛକା ସହ ୭୧ ରନର ଦ୍ରୁତ ଅର୍ଦ୍ଧଶତକୀୟ ପାଳି ଖେଳିଥିବା ନ୍ୟୁଜିଲାଣ୍ଡ ଅଭିଜ୍ଞ ଓପନର ମାର୍ଟିନ ଗୁପ୍ଟିଲ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରିଥିତ୍ବା ନ୍ୟୁଜିଲାଣ୍ଡ ସ୍ପିନର ଇଶ୍‌ ସୋଧି ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
୧୪୩ ରନ ବିଜୟ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ଅତି ସହଜରେ ବିଜୟୀ ହୋଇଥିଲା। ଗୁପ୍ଟିଲଙ୍କ ୭୧ରନକୁ ବାଦ୍‌ ଦେଲେ ଡେଭନ କନ୍‌ଓ୍ବେ ୩୬ ରନ ସଂଗ୍ରହ କରିଥିଲେ। ଅଧିନାୟକ କେନ୍‌ ଓ୍ବିଲିୟମସନ ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଥିଲେ। ଗ୍ଲେନ୍‌ ଫିଲିପ୍ସ ୧୬ ବଲରୁ ୫ ଚୌକା ଓ ୨ ଛକା ସହ ୩୪ ରନକରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ମାର୍କ ଚାମ୍ପିୟନ ୧ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ରିଲେ ମେରେଡିଥ ୨ ଓ ଝେ ରିଚାର୍ଡସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ତରଫରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବେଡ୍‌ ସର୍ବାଧିକ ୪୪, ଅଧିନାୟକ ଆରୋନ ଫିଞ୍ଚ୍‌ ୩୬, ମାର୍କସ ଷ୍ଟୋଇନିସ୍‌ ୨୬, ମିଚେଲ ମାର୍ଶ ୧୦ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ବୋଲିଂରେ ଇଶ୍‌ ସୋଧି ସର୍ବାଧିକ ୩, ଟିମ୍‌ ସୌଦି ଓ ଟ୍ରେଣ୍ଟ ବୋଲ୍ଟ ୨ଟି ଲେଖାଏ ଓ ମାର୍କ ଚପମାନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୨୦ ଓଭରରେ ୧୪୨/୮
(ଓ୍ବେଡ- ୪୪, ଫିଞ୍ଚ୍‌- ୩୬, ଷ୍ଟୋଇନିସ୍‌- ୨୬, ମିଚେଲ ମାର୍ଶ- ୧୦, ସୋଧି- ୩/ ୨୪, ସୌଦି- ୨/୩୮, ବୋଲ୍ଟ- ୨/୨୬, ଚପମାନ- ୧/ ୯)।
ନ୍ୟୁଜିଲାଣ୍ଡ ୧୫.୩ ଓଭରରେ ୧୪୩/୩
(ଗୁପ୍ଟିଲ- ୭୧, କନ୍‌ଓ୍ବେ- ୩୬, ଫିଲିପ୍ସ- ୩୪*, ମେରେଡିଥ- ୨/୩୯, ରିଚାର୍ଡସନ- ୧/ ୧୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri