Posted inଖେଳ

ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଟିମ୍‌ ପାଲଟିଲା ନ୍ୟୁଜିଲାଣ୍ଡ, ପଛରେ ପଡ଼ିଲା ଚିର ପ୍ରତିନ୍ଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୬।୧: ବିଶ୍ୱର ଏକ ନମ୍ବର ଟେଷ୍ଟ କ୍ରିକେଟ୍‌ ଟିମ୍‌ ହୋଇଛି ନ୍ୟୁଜିଲାଣ୍ଡ। ଚିରପ୍ରତିନ୍ଦ୍ୱନ୍ଦୀ ଅଷ୍ଟ୍ରେଲିଆକୁ ପଛରେ ପକାଇ ଆଇସିସି ର଼୍ୟାକିଂରେ ପ୍ରଥମ ସ୍ଥାନ ହାସଲ କରିଛି ଦଳ। ଜାନୁୟାରୀ ୩ରୁ ଏଠାରେ ଖେଳାଯାଉଥିବା ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟର ଚତୁର୍ଥ ଦିନରେ ପାକିସ୍ତାନକୁ ୧୭୬ରନ୍‌ରେ ପରାସ୍ତ କରି ନ୍ୟୁଜିଲାଣ୍ଡ ବିଶ୍ୱର ଶ୍ରେଷ୍ଠ ଦଳ ପାଲଟିଛି। ନିଜର କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଆଇସିସି ମାନ୍ୟତାରେ ପ୍ରଥମ ସ୍ଥାନକୁ ପହଞ୍ଚିବାରେ ସଫଳ ହୋଇଛି। ଏହି ବିଜୟ ପରେ ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ସେହିଭଳି ତୃତୀୟ ସ୍ଥାନକୁ ଭାରତ ଖସିଛି।

ପ୍ରକାଶ ଯେ, ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ପାକିସ୍ତାନ ବିପକ୍ଷ ଏହି ଟେଷ୍ଟରେ ମଙ୍ଗଳବାର ୨୩୮ ରନ୍‌ର ଦ୍ୱିଶତକୀୟ ପାଳି ଖେଳିଥିଲେ। ଏହାଦ୍ୱାରା ସେ ଟେଷ୍ଟ କ୍ୟାରିୟରର ୭ହଜାର ରନ୍‌ ପୂରଣ କରିଛନ୍ତି। ନ୍ୟୁଜିଲାଣ୍ଡର ଦ୍ରୁତତମ ବ୍ୟାଟ୍ସମ୍ୟାନ୍‌ ଭାବେ ସେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଥିଲେ।

ଅନ୍ତିମ ସ୍କୋର:
ପାକିସ୍ତାନ ୨୯୭/୧୦ ଏବଂ ୧୮୬/୧୦
ନ୍ୟୁଜିଲାଣ୍ଡ ୬୫୯/୬ ପାଳି ଘୋଷିତ


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri