ଏଣିକି ୟୁପିଆଇ ବ୍ୟବହାର କରିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ,୩୦।୮: ସିଙ୍ଗାପୁର ଏବଂ ଅନ୍ୟାନ୍ୟ ଦେଶ ପରି ବର୍ତ୍ତମାନ ନ୍ୟୁଜିଲାଣ୍ଡ ମଧ୍ୟ ଭାରତ ସହ ବ୍ୟବସାୟ ପାଇଁ ୟୁପିଆଇ ବ୍ୟବହାର କରିବ। ସହଜ ଉପାୟରେ ବ୍ୟବସାୟ ପାଇଁ ଏହା ୟୁପିଆଇ ଆରମ୍ଭକୁ ନେଇ ଭାରତ ସହିତ ପ୍ରାଥମିକ ଆଲୋଚନାରେ କରିଛି ନ୍ୟୁଜିଲାଣ୍ଡ। ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଏବଂ ପର୍ଯ୍ୟଟନ ପାଇଁ ଦେଶରେ ୟୁପିଆଇ ଲାଗୁ କରିବା ନେଇ ଚାଲିଛି ବାଣିଜ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ନ୍ୟୁଜିଲାଣ୍ଡରୁ କାଠ ଲଗକୁ ଆମଦାନୀକୁ ଅନୁମତି ଦେବା ପାଇଁ ଦୁଇ ଦେଶ ଆଲୋଚନା କରୁଛନ୍ତି।

ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ଓ ନ୍ୟୁଜିଲ୍ୟାଣ୍ଡର ବାଣିଜ୍ୟ-ରପ୍ତାନି ବିକାଶ ମନ୍ତ୍ରୀ ଡାମିଆନ ଓ କନୋରଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ବୈଠକରେ ଏହି ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ୟୁପିଆଇ ସିଷ୍ଟମ ସମ୍ବନ୍ଧରେ ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ (ଏନପିସିଇ) ଏବଂ ପେମେଣ୍ଟ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରାରମ୍ଭିକ ଆଲୋଚନାକୁ ମନ୍ତ୍ରୀମାନେ ସ୍ବାଗତ କରିଛନ୍ତି ବୋଲି ମନ୍ତ୍ରଣାଳୟ କହିଛି। ଉଭୟ ପକ୍ଷ ଏହି ପ୍ରସଙ୍ଗରେ ପରାମର୍ଶ ଜାରି ରଖିବା ଉଚିତ୍‌ ବୋଲି ମଧ୍ୟ ସହମତ ହୋଇଛନ୍ତି।

ଦେଶରେ ୟୁପିଆଇ କାରବାର ଦ୍ୱାରା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ସୁଗମ ହେବ ଏବଂ ପର୍ଯ୍ୟଟନକୁ ମଧ୍ୟ ପ୍ରୋତ୍ସାହିତ କରାଯିବ। ଅନ୍ୟପକ୍ଷରେ ଉଭୟ ଦେଶରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ୟୁଏଇ, ଭୁଟାନ, ନେପାଳ ୟୁପିଆଇ ପେମେଣ୍ଟ ସିଷ୍ଟମ ଗ୍ରହଣ କରିସାରିଛନ୍ତି। ଆମେରିକା, ୟୁରୋପୀୟ ଦେଶ ଏବଂ ପଶ୍ଚିମ ଏସିଆରେ ୟୁପିଆଇ ସେବାକୁ ବିସ୍ତାର କରିବାକୁ ଏନପିସିଇ ଆଲୋଚନା କରୁଛି।

ଭାରତ ନିକଟରେ ନ୍ୟୁଜିଲାଣ୍ଡକୁ ଆମ୍ବ ରପ୍ତାନି ଆରମ୍ଭ କରିଛି ବୋଲି ମନ୍ତ୍ରଣାଳୟ କହିଛି। କିଭି ଫଳ ସମେତ ଉଦ୍ୟାନ କୃଷି, କୃଷି, ଫାର୍ମାସ୍ୟୁଟିକାଲ୍ସ, ପ୍ରକ୍ରିୟାକରଣ, ସଂରକ୍ଷଣ ଏବଂ ପରିବହନ କ୍ଷେତ୍ରରେ ସମ୍ଭାବ୍ୟ ବୈଷୟିକ ସହଯୋଗ ଉପରେ ଉଭୟ ପକ୍ଷ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?