Posted inଖେଳ

ନ୍ୟୁଜିଲାଣ୍ଡ ବିଜୟ ନିକଟତର: ସୌଦିଙ୍କୁ ୩୦୦ତମ ଟେଷ୍ଟ ଉଇକେଟ

ମାଉଣ୍ଟ ମଙ୍ଗାନୁଇ, ୩୦ା୧୨ (ଏପି)-ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡ ବିଜୟ ନିକଟତର ହୋଇଛି। ପ୍ରଥମ ଇନିଂସରେ ୧୯୨ରନ ଅଗ୍ରଣୀ ଲାଭ କରିବାପରେ ଘରୋଇ ଦଳ ମଙ୍ଗଳବାର ଚତୁର୍ଥ ଦିବସ ଖେଳରେ ୧୮୦/୫ରେ ଏହାର ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଫଳରେ ପାକିସ୍ତାନ ଆଗରେ ୩୭୩ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଷ୍ଟମ୍ପ୍ସ ଅପସାରଣ ବେଳକୁ ପାକିସ୍ତାନ ୩ ଉଇକେଟ ବିନିମୟରେ ୭୧ ରନ କରିଥିଲା। ଦଳ ଏବେ ସୁଦ୍ଧା ୨୦୨ ରନ ପଛରେ ରହିଛି। ଆଝାର ଅଲୀ ୩୪ ଏବଂ ଫଓ୍ବାଦ ଆଲାମ ୨୧ ରନ କରି ଅପରାଜିତ ଅଛନ୍ତି। ଦୁହେଁ ପାର୍ଟନରଶିପ୍‌ରେ ଅପରାଜିତ ୩୪ ରନ ଯୋଗ କରିସାରିଛନ୍ତି। ଭ୍ରମଣକାରୀ ଦଳର ଆରମ୍ଭ ଭଲ ନ ଥିଲା। ଦଳ ବିନା କୌଣସି ରନ୍‌ରେ ଏହାର ୨ଟି ଉଇକେଟ ହରାଇଥିଲା। ମଙ୍ଗଳବାର ପ୍ରଥମ ପାକିସ୍ତାନ ଉଇକେଟ ଟିମ୍‌ ସୌଦି ଅକ୍ତିଆର କରିଥିଲେ। ସେ ତାଙ୍କ ୯ ଓଭର ବୋଲିଂରେ ୧୫ରନ ବିନିମୟରେ ୨ଟି ଉଇକେଟ ହାସଲ କରିଥିଲେ। ଫଳରେ ଟେଷ୍ଟରେ ୩୦୦ ଉଇକେଟ ମାଇଲ ଖୁଣ୍ଟ ହାସଲ କରିବାରେ ରିଚାର୍ଡ ହାଡ୍‌ଲି (୪୩୧) ଓ ଡାନିଏଲ ଭିଟୋରୀ (୩୬୧)ଙ୍କ ପଛକୁ ସେ ନ୍ୟୁଜିଲାଣ୍ଡର ତୃତୀୟ, ବିଶ୍ୱର ୩୪ତମ ଏବଂ ବର୍ତ୍ତମାନ ସକ୍ରିୟ ଥିବା ୪ର୍ଥ ବୋଲର ହୋଇଛନ୍ତି। ସେ ୭୬ ଟେଷ୍ଟ ମ୍ୟାଚରେ ଏହି ସଫଳତା ହାସଲ କରିଛନ୍ତି। ତାଙ୍କର ଆଭରେଜ ୨୮.୪୮ ଏବଂ ଷ୍ଟ୍ରାଇକ୍‌ ରେଟ୍‌ ୫୬.୮ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri