Posted inଖେଳ

ନ୍ୟୁଜିଲାଣ୍ଡ ପାଖରେ ପ୍ରତିଶୋଧ ନେବାର ସୁଯୋଗ

ଦୁବାଇ,୧୩।୧୧: ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଚାଲିଥିବା ଟି୨୦ ବିଶ୍ୱକପ୍‌ର ସପ୍ତମ ସଂସ୍କରଣ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ପାଖାପାଖି ମାସେଧରି ଚାଲି ଆସିଥିବା ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ରବିବାର ଖେଳାଯିବ। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଦୁଇ ପଡୋଶୀ ଦେଶ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଏହି ଫାଇନାଲ ମୁକାବିଲାରେ ପରସ୍ପରକୁ ଭେଟିବେ। ଆରୋନ ଫିଞ୍ଚ୍‌ଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଓ କେନ୍‌ ଓ୍ବିଲିୟମସନଙ୍କ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ ଟି୨୦ ବିଶ୍ୱକପ୍‌ର ଟାଇଟଲ ହାସଲ କରିବା ଲକ୍ଷ୍ୟରେ ରହିଛି। ଅର୍ଥାତ୍‌ ଏଥର ଟି୨୦ ବିଶ୍ୱକପ୍‌ରେ ଏକ ନୂଆ ଚାମ୍ପିୟନକୁ ଦେଖିବାକୁ ମିଳିବା ନିଶ୍ଚିତ ହୋଇଛି। ଦୁଇଟି ଯାକ ସେମିଫାଇନାଲରେ ଏହି ଦୁଇ ଦେଶ ନାଟକୀୟ ଢଙ୍ଗରେ ବିଜୟ ହାସଲ କରି ସେମିକୁ ଉଠିଛନ୍ତି। ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ୫ ଉଇକେଟରେ ଇଂଲଣ୍ଡକୁ ହରାଇଥିବା ବେଳେ ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲରେ ପାକିସ୍ତାନକୁ ୫ ଉଇକେଟରେ ସମାନ ଢଙ୍ଗରେ ପରାସ୍ତ କରିଥିଲା। ଏବେ ଫାଇନାଲରେ ଆଉ ଏକ ସଂଘର୍ଷପୂର୍ଣ୍ଣ ନାଟକୀୟ ମୁକାବିଲା ଦେଖିବାକୁ ମିଳିବ ବୋଲି ଆଶା କରାଯାଉଛି।

ଦିନିକିଆ ବିଶ୍ୱକପ୍‌ରେ ରେକର୍ଡ ୫ଥର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିବା ଅଷ୍ଟ୍ରେଲିଆ କିନ୍ତୁ ଟି୨୦ ବିଶ୍ୱକପ୍‌ରେ ଟାଇଟଲ ହାସଲ କରିବାରେ ବିଫଳ ହୋଇଛି। ଅନ୍ୟପଟେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଇଭେଣ୍ଟଗୁଡିକରେ ନ୍ୟୁଜିଲାଣ୍ଡ କ୍ରମାଗତ ଭାବେ ସ୍ଥିର ପ୍ରଦର୍ଶନ କରିଆସୁଥିଲେ ମଧ୍ୟ ଏହି ଫର୍ମାଟ୍‌ରେ କେବେ ବି ଟାଇଟଲ ହାସଲ କରିପାରି ନାହିଁ। କିନ୍ତୁ ଏଥର ଓ୍ବିଲିୟମସନଙ୍କ ବଳିଷ୍ଠ ନେତୃତ୍ୱରେ ଦଳ କିଛି କରି ଦେଖାଇବାରେ କ୍ଷମତା ରଖୁଛି। ପ୍ରଥମଥର ପାଇଁ ନ୍ୟୁଜିଲାଣ୍ଡ ଟି୨୦ ବିଶ୍ୱକପ୍‌ର ଫାଇନାଲ ଖେଳିବାକୁ ଯୋଗ୍ୟତା ହାସଲ କରିଛି। ସଫଳ ହେଲେ ୫୦ ଲକ୍ଷ ଲୋକସଂଖ୍ୟା ବିଶିଷ୍ଟ ନ୍ୟୁଜିଲାଣ୍ଡ ପାଇଁ ଏହା ଐତିହାସିକ ସାବ୍ୟସ୍ତ ହେବ। କିଛି ଦିନ ତଳେ ନ୍ୟୁଜିଲାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତକୁ ଫାଇନାଲରେ ହରାଇ ପ୍ରଥମଥର ପାଇଁ କୌଣସି ଆଇସିସି ଇଭେଣ୍ଟରେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା।

ଟି୨୦ ଫର୍ମାଟ୍‌ରେ ଅଷ୍ଟ୍ରେଲିଆ ନ୍ୟୁଜିଲାଣ୍ଡଠାରୁ ଦୁଇପାଦ ଆଗରେ ଥିବା ପରି ମନେ ହେଉଛି। ତେବେ ୨୦୧୬ ବିଶ୍ୱକପ୍‌ରେ ଦୁଇ ଦେଶ ପରସ୍ପରକୁ ଥରେମାତ୍ର ଭେଟିବାର ସୁଯୋଗ ପାଇଥିଲେ ଓ ଏଥିରେ ନ୍ୟୁଜିଲାଣ୍ଡ ବାଜି ମାରିଥିଲା। ସେହିପରି ୨୦୧୫ ଦିନିକିଆ ବିଶ୍ୱକପ୍‌ରେ ଦୁଇ ଦେଶ ଶେଷ ଥର ପାଇଁ ଫାଇନାଲ ମୁକାବିଲାରେ ପରସ୍ପରକୁ ଭେଟିଥିଲେ। ଏଥିରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ପଞ୍ଚମଥର ପାଇଁ ବିଶ୍ୱକପ୍‌ ଟ୍ରଫି ହାସଲ କରିଥିଲା। ଏହା ପରଠାରୁ ଅବଶ୍ୟ ଅଷ୍ଟ୍ରେଲିଆ କୌଣସି ଆଇସିସି ଇଭେଣ୍ଟରେ ଟାଇଟଲ ହାସଲ କରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?