Posted inଖେଳ

ଆଇପିଏଲ୍‌ ପାଇଁ ଆଗ୍ରହ ଦେଖାଇ ନାହିଁ ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ, ୧୦ା୭ (ପି.ଟି.)-ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ନ୍ୟୁଜିଲାଣ୍ଡ ଆଗ୍ରହ ପ୍ରକାଶ କରିଥିବା ଯାହା ଶୁଣାଯାଉଛି ତାହା ଠିକ୍‌ ନୁହେଁ। ତାହା ଏକ ଗୁଜବ ମାତ୍ର। କିନ୍ତୁ ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ୍‌ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ(ଏନ୍‌ଜେଡ୍‌ସି) ପ୍ରତିଶ୍ରୁତିବଦ୍ଧ ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ(ଏନ୍‌ଜେଡ୍‌ସି)ର ମୁଖପାତ୍ର ରିଚାର୍ଡ ବ୍ରୁକ୍ସ କହିଛନ୍ତି। ଆଇପିଏଲ ଚଳିତ ବର୍ଷ ମାର୍ଚ୍ଚରେ ହେବାର କାର୍ଯ୍ୟକ୍ରମ ଥିଲା। ମାତ୍ର କୋଭିଡ୍‌-୧୯ ଯୋଗୁ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ନ୍ୟୁଜିଲାଣ୍ଡକୁ ଯଦି ଅବା ଆଇପିଏଲ୍‌ ଆୟୋଜନ ପାଇଁ ଅଫର୍‌ ଦିଆଯାଏ ତାହାକୁ ବର୍ତ୍ତମାନ ପରିସ୍ଥିତିରେ ଆୟୋଜନ କରିବା ସମ୍ଭବପର ନୁହେଁ ବୋଲି ବ୍ରୁକ୍ସ କହିଛନ୍ତି। ଏନ୍‌ଜେଡ୍‌ସି ଯଦି ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ୍‌କୁ କାର୍ଯ୍ୟକାରୀ କରେ ତେବେ ଏହି ଟି୨୦ ଇଭେଣ୍ଟ ଆୟୋଜନ ପାଇଁ ସମୟ ଅଭାବ ରହିବ। ମହାମାରୀ ଯୋଗୁ ଆଇପିଏଲ୍‌ ଯଦି ବିଦେଶରେ ହୁଏ ତେବେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଓ ଶ୍ରୀଲଙ୍କା ପରେ ନ୍ୟୁଜିଲାଣ୍ଡ ମଧ୍ୟ ଟୁର୍ନାମେଣ୍ଟ ଆୟୋଜନ ଦୌଡ଼ରେ ଅଛି। କରୋନା ମହାମାରୀ ଯେପରି ଭାବେ ବ୍ୟାପିବାରେ ଲାଗିଛି ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯିବା ଯଥେଷ୍ଟ ସମ୍ଭାବନା ରହିଛି। ଯଦି ଏହା କାର୍ଯ୍ୟକାରୀ ହୁଏ ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସେପ୍ଟେମ୍ବର-ନଭେମ୍ବରରେ ଆଇପିଏଲ ଆୟୋଜନ କରିବା ଲାଗି ନଜର ରଖିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୨ ବର୍ଷ ଇତିହାସରେ ଏହା ଥରେ ମାତ୍ର ବିଦେଶରେ ଆୟୋଜନ ହୋଇଛି। ୨୦୦୯ରେ ଦେଶରେ ସାଧାରଣ ନିର୍ବାଚନ ଯୋଗୁ ଟୁର୍ନାମେଣ୍ଟକୁ ଦକ୍ଷିଣ ଆଫ୍ରିକାରେ ଆୟୋଜନ କରିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?