Posted inଖେଳ

ନ୍ୟୁଜିଲାଣ୍ଡ ଆଗରେ ୨୮୩ ରନ୍‌ର ବିଜୟ ଟାର୍ଗେଟ୍‌

ଅହମ୍ମଦାବାଦ,୫।୧୦: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଦିନିକିଆ ବିଶ୍ୱକପର ୧୩ତମ ସଂସ୍କରଣର ଗୁରୁବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ପ୍ରଥମ ବ୍ୟାଟିଂ କରିଥିବା ଇଂଲଣ୍ଡ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୮୨ ରନ୍‌ କରିଛି । ଫଳରେ ନ୍ୟୁଜିଲାଣ୍ଡ ଆଗରେ ୨୮୩ ରନ୍‌ର ବିଜୟ ଲକ୍ଷ୍ୟ ରହିଛି ଇଂଲଣ୍ଡ।

ଇଂଲଣ୍ଡର ଦୁଇ ଓପନର ଜନି ବେୟାରଷ୍ଟୋ ଏବଂ ଡାଓ୍ବିଡ ମଲାନ ଦଳକୁ ଭଲ ଷ୍ଟାଟ୍‌ ଦେଇଥିଲେ। ହେଲେ ମଲାନ ୧୪ ରନ୍‌ରେ ଆଉଯ୍‌ ହେବା ପରେ ଜୋ ରୁଟ୍‌ ଓ ବେୟାରଷ୍ଟୋ ଲଢୁଆ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ରୁଟ୍‌ ସର୍ବାଧିକ ୭୭ ରନ୍‌ କରିଥିବା ବେଳେ ବେୟାରଷ୍ଟୋ ୩୩ ରନ୍‌ କରିଥିଲେ। ପରେ ଜସ୍‌ ବଟଲର ଏବଂ ଲିଆମ୍‌ ଲିଭିଂଷ୍ଟୋନ ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳି ଦଳକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇ ଥିଲେ। ବଟଲର ୪୩ ରନ୍‌ କରିଥିବା ବେଳେ ଲିଭିଂଷ୍ଟୋନ ୨୦ ରନ୍‌ କରିଥିଲେ। ଶେଷ ବେଳକୁ ମାର୍କ ଉଡ୍‌ ଓ ଆଦିଲ ରସିଦ ଉପଯୋଗୀ ବ୍ୟାଟିଂ କରିଥିଲେ। ଫଳରେ ଇଂଲଣ୍ଡ ୨୮୨ ରନ୍‌ କରିବାରେ ସଫଳ ହୋଇଥିଲା। ନ୍ୟୁଜିଲାଣ୍ଡର ମ୍ୟାଟ୍‌ ହେନରୀ ୩ ଉଇକେଟ୍‌ ନେଇଥିବା ବେଳେ ଗ୍ଲେନ ଫିଲିପ୍ସ ଏବଂ ମିଚେଲ ସାଣ୍ଟନର ୨ଟି ଲେଖାଏ ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ। ସେହିପରି ଟ୍ରେଣ୍ଟ ବୋଲ୍ଟ ଏବଂ ରାଚିନ୍‌ ରବିନ୍ଦ୍ର ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?