Posted inଖେଳ

୫ ସ୍ପିନରଙ୍କ ସହ ଭାରତ ଗସ୍ତ କରିବ ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୫।୧୧: ଆସନ୍ତା ୨୫ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌। ଏହି ସିରିଜ୍‌ ଲାଗି ଶୁକ୍ରବାର ଘୋଷିତ ହୋଇଥିବା ୧୫ ଜଣିଆ ନ୍ୟୁଜିଲାଣ୍ଡ ଦଳରେ ସ୍ଥାନ ପାଇଛନ୍ତି ୫ ସ୍ପିନର। ଏଜାଜ ପଟେଲ, ଓ୍ବିଲ ସମରଭିଲ ଓ ମିଚେଲ ସାଣ୍ଟନରଙ୍କ ଭଳି ଅଭିଜ୍ଞ ସ୍ପିନରଙ୍କ ସହିତ ରଚିନ ରବୀନ୍ଦ୍ର ଓ ଗ୍ଲେନ ଫିଲେପ୍ସ ଦଳରେ ସ୍ଥାନ ପାଇଛନ୍ତି। ଭାରତୀୟ ପରିବେଶ ଧିମା ବୋଲରଙ୍କୁ ସୁହାଉଥିବାରୁ ଅତିରିକ୍ତ ସ୍ପିନରଙ୍କୁ ଦଳରେ ଯାଗା ଦେଇଛି ନ୍ୟୁଜିଲାଣ୍ଡ।

ତେବେ ଏହି ସିରିଜ୍‌ରୁ ବାମହାତୀ ପେସର ଟ୍ରେଣ୍ଟ ବୋଲ୍ଟ ଓ ଅଲରାଉଣ୍ଡର କଲିନ ଡେ ଗ୍ରାଣ୍ଡହୋମ ଓହରି ଯାଇଛନ୍ତି। ବାୟୋ-ବବଲ ଜନିତ କ୍ଳାନ୍ତି କାରଣରୁ ଦୁହେଁ ଏଭଳି ନିଷ୍ପତ୍ତି ନେଇଥିବା ନ୍ୟୁଜିଲାଣ୍ଡ କ୍ରିକେଟ ପକ୍ଷରୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ନ୍ୟୁଜିଲାଣ୍ଡ ପ୍ରଥମେ ଭାରତ ସହ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବ। ତା’ ପରେ ଦୁଇଟି ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଚଳିତ ମାସ ୨୫ରୁ କାନପୁରଠାରେ ପ୍ରଥମ ଓ ଡିସେମ୍ବର ୩ରୁ ମୁମ୍ବାଇରେ ଦ୍ୱିତୀୟ ଟେଷ୍ଟ ଖେଳାଯିବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri