Posted inଖେଳ

ଲଢୁଆ ବ୍ୟାଟିଂ ସତ୍ତ୍ୱେ ୨୦ ରନରେ ହାରିଲା ନ୍ୟୁଜିଲାଣ୍ଡ…

ମେଲବୋର୍ନ,୧।୧୧: ଟି-୨୦ ବିଶ୍ୱକପର ୩୩ତମ ମ୍ୟାଚରେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଲଢୁଆ ବ୍ୟାଟିଂ ସତ୍ତ୍ୱେ ନ୍ୟୁଜିଲାଣ୍ଡ ହାରିଛି। ଧାର୍ଯ୍ୟ ୧୮୦ ରନ୍‌ର ପିଛା କରି ନ୍ୟୁଜିଲାଣ୍ଡ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୫୯ ରନ୍‌ କରିଥିଲା। ଫଳରେ ନ୍ୟୁଜିଲାଣ୍ଡ ୨୦ ରନ୍‌ରେ ପରାଜୟ ସ୍ବୀକାର କରିଛି।

ବ୍ରିସବେନରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୨୦ ଓଭରରେ ଇଂଲଣ୍ଡ ୬ ଓ୍ବିକେଟ ହରାଇ୧୭୯ ରନ୍‌ ସ୍କୋର କରିଥିଲା। ଫଳରେ ଜିତିବା ପାଇଁ ନ୍ୟୁଜିଲାଣ୍ଡ ଲାଗି ୧୮୦ ରନ୍‌ର ଆବଶ୍ୟକତା ରହିଛି। ଇଂଲଣ୍ଡ ପାଇଁ କ୍ୟାପଟେନ ଜୋସ ବଟଲର ସର୍ବାଧିକ ୭୩ ରନ ସଂଗ୍ରହ କରିଥିଲେ। ତାଙ୍କ ସାଥୀ ଓପନର୍‌ ଆଲେକ୍ସ ହେଲ୍ସ ୫୨ ରନ ସଂଗ୍ରହ କରିଥିଲେ। ଲିଆମ ଲିଭିଙ୍ଗଷ୍ଟୋନ ୨୦ ରନ କରିଥିଲେ। ଏହି ତିନୋଟି ବ୍ୟତୀତ ଇଂଲଣ୍ଡର କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ।

ବେନ ଷ୍ଟୋକ୍ସ ଆଠ, ହ୍ୟାରି ବ୍ରୁକ ସାତ ଏବଂ ମୋଏନ ଅଲି ପାଞ୍ଚ କରି ପାଭିଲିୟନ ଫେରିଥିଲେ। ସାମ କୁରାନ ୬ ରନ ସ୍କୋର କରି ଥିଲେ ଏବଂ ଡେଭିଡ ମାଲାନ ଅପରାଜିତ ରହିଥିଲେ। ନ୍ୟୁଜିଲାଣ୍ଡ ପାଇଁ ଲକି ଫର୍ଗୁସନ ଦୁଇଟି ୱିକେଟ ନେଇଥିଲେ। ଟିମ ସାଉଥୀ, ମିଚେଲ ସାଣ୍ଟନର୍‌ ଏବଂ ଇଶ ସୋଡି ପ୍ରତ୍ୟେକ ଗୋଟିଏ ଲେଖାଏଁ ଓ୍ବିକେଟର ସଫଳତା ପାଇଥିଲେ। ତିନୋଟି ମ୍ୟାଚରୁ ନ୍ୟୁଜିଲାଣ୍ଡରେ ପାଞ୍ଚ ପଏଣ୍ଟ ରହିଛି। ଇଂଲଣ୍ଡ ତିନୋଟି ମ୍ୟାଚରେ ତିନୋଟି ପଏଣ୍ଟ ପାଇଥିଲା। ଏବେ ଏହା ପଏଣ୍ଟ ୫ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…

ଧୈର୍ଯ୍ୟ, କ୍ଷମା ଲୋଡ଼ା

ହୃଦୟରେ ଅନ୍ୟ ପ୍ରତି ଏପରିକି ପରମ ଶତ୍ରୁ ପ୍ରତି କୌଣସି ପରିସ୍ଥିତିରେ ଘୃଣାଭାବ ପୋଷଣ ନ କରି କ୍ଷମା, ଅନୁକମ୍ପା, କରୁଣା, ତିତିକ୍ଷା, ଦୟା ଭାବ ପ୍ରଦର୍ଶନକରିବା…

ଜଳ ହିଁ ଜୀବନ

ଜଳର ଅନ୍ୟ ନାମ ଜୀବନ। ମଣିଷପାଇଁ ଉପଲବ୍ଧ ଅତ୍ୟାବଶ୍ୟକ ପ୍ରାକୃତିକ ଉପାଦାନ ମଧ୍ୟରେ ଜଳ ଅନ୍ୟତମ। କେବଳ ମଣିଷ ନୁହେଁ, ସମଗ୍ର ପ୍ରାଣୀ ଓ ଉଦ୍ଭିଦଜଗତ ପାଇଁ…

କାମ ସାରି ଫେରୁଥିବାବେଳେ ଦଳିଦେଲା ହାତୀ: ୧୨ ଘଣ୍ଟାରେ ୩ ଜଣଙ୍କ ଗଲା ଜୀବନ

ଜି.ଉଦୟଗିରି/ରାଇକିଆ,୧୪/୩(ଚିନ୍ମୟ କୁମାର ସେଠୀ/ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି.ଉଦୟଗିରି ଓ ରାଇକିଆ ବ୍ଲକରେ ହାତୀ ଉପଦ୍ରବକୁ ନେଇ ଆତଙ୍କ ଦେଖା ଦେଇଛି । ଗତ କାଲି ସନ୍ଧ୍ୟାରୁ…

ରାଲିରେ ବୈଷୟିକ ତ୍ରୁଟି

ରାଜସ୍ଥାନ ବାଂଶୱାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ଦଶ ମିନିଟ୍‌ର ଏକ ବୈଷୟିକ ତ୍ରୁଟି ଯୋଗୁ ସ୍କ୍ରିନ୍‌ କିଛି ସମୟ ପାଇଁ ଶୂନ୍ୟ ହୋଇଯାଇଥିଲା। ଏହି ଘଟଣା…

ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍‌ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri