Posted inଖେଳ

ବାଂଲାଦେଶକୁ ୮ ଉଇକେଟରେ ହରାଇଲା ନ୍ୟୁଜିଲାଣ୍ଡ

ଡୁନେଡିନ୍‌,୨୧ା୩(ଏପି)-ଭ୍ରମଣକାରୀ ବାଂଲାଦେଶ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ସହଜ ବିଜୟ ହାସଲ କରିଛି। ଏହି ବିଜୟ ଦ୍ୱାରା ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଥିଲା। ସ୍ଥାନୀୟ ୟୁନିଭର୍ସିଟି ଓଭାଲଠାରେ ଅନୁଷ୍ଠିତ ଏହି ମ୍ୟାଚରେ ଘରୋଇ ଦଳ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବା ଲାଗି ନିଷ୍ପତ୍ତି ନେଇଥିଲା। ନ୍ୟୁଜିଲାଣ୍ଡ ପରିବେଶ ସହ ଭଲରୂପେ ଅଭ୍ୟସ୍ତ ନ ଥିବା ବାଂଲାଦେଶ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ୪୧.୫ ଓଭରରେ ୧୩୧ରନ କରି ଅଲଆଉଟ ହୋଇଯାଇଥିଲା। ଟପ୍‌ ସ୍କୋରର ମହମୁଦୁଲ୍ଲା ୫୪ ବଲ୍‌ରୁ ୨୭ ରନ କରିଥିଲେ। ମୁସ୍‌ଫିକର ରହିମ ୨୩ ରନ କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ସବୁଠାରୁ ସଫଳ ବୋଲର ଟ୍ରେଣ୍ଟ ବୋଲ୍ଟ ୨୪ ରନ ବିନିମୟରେ ୪ ଉଇକେଟ ନେଇଥିବାବେଳେ ଜେମ୍ସ ନିଶାମ ଓ ମିଚଲେ ସାଣ୍ଟନର ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଓପନର ମାର୍ଟିନ ଗୁପ୍‌ଟିଲ ୧୯ ବଲରେ ୩ ଚୌକା ଓ ୪ ଛକା ସହ ଦ୍ରୁତ ୩୮ରନ କରିଥିଲେ। ୫୦ତମ ଅନ୍ତର୍ଜାତୀୟ ଦିନିକିଆ ଖେଳୁଥିବା ହେନରୀ ନିକୋଲସ ୪୯ ରନ କରି ଅପରାଜିତ ରହିଥିଲେ। ଦ୍ୱିତୀୟ ଉଇକେଟରେ ସେ ଓ ଡେଭନ କନଓ୍ବେ (୨୭) ପାର୍ଟନରଶିପ୍‌ରେ ୬୫ ରନ ଯୋଗ କରିଥିଲେ। ନ୍ୟୁଜିଲାଣ୍ଡ ମାତ୍ର ୨୧.୨ ଓଭରରେ ୨ଉଇକେଟ ବିନିମୟରେ ବିଜୟ ପାଇଁ ଆବଶ୍ୟକ ରନ ସଂଗ୍ରହ କରିନେଇଥିଲା। ଟ୍ରେଣ୍ଟ ବୋଲ୍ଟ ମ୍ୟାନ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।
ସଂକ୍ଷିପ୍ତ ସ୍କୋର
ବାଂଲାଦେଶ ଇନିଂସ: ୪୧.୫ ଓଭରରେ ୧୩୧/ଅଲଆଉଟ (ମହମୁଦୁଲ୍ଲା-୨୭, ମୁସ୍‌ଫିକର-୨୩; ବୋଲ୍ଟ-୪/୨୭, ସାଣ୍ଟନର-୨/୨୩, ନିଶାମ-୨/୨୭)।
ନ୍ୟୁଜିଲାଣ୍ଡ ଇନିଂସ: ୨୧.୨ ଓଭରରେ ୧୩୨/୨ (ହେନ୍‌ରୀ ନିକୋଲସ-୪୯, ଗୁପ୍‌ଟିଲ-୩୮, କନଓ୍ବେ-୨୭; ଟସ୍କିନ ଅହମ୍ମଦ-୧/୨୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri