Posted inଖେଳ

ବାଂଲାଦେଶକୁ ୮ ଉଇକେଟରେ ହରାଇଲା ନ୍ୟୁଜିଲାଣ୍ଡ

ଡୁନେଡିନ୍‌,୨୧ା୩(ଏପି)-ଭ୍ରମଣକାରୀ ବାଂଲାଦେଶ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ସହଜ ବିଜୟ ହାସଲ କରିଛି। ଏହି ବିଜୟ ଦ୍ୱାରା ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଥିଲା। ସ୍ଥାନୀୟ ୟୁନିଭର୍ସିଟି ଓଭାଲଠାରେ ଅନୁଷ୍ଠିତ ଏହି ମ୍ୟାଚରେ ଘରୋଇ ଦଳ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବା ଲାଗି ନିଷ୍ପତ୍ତି ନେଇଥିଲା। ନ୍ୟୁଜିଲାଣ୍ଡ ପରିବେଶ ସହ ଭଲରୂପେ ଅଭ୍ୟସ୍ତ ନ ଥିବା ବାଂଲାଦେଶ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ୪୧.୫ ଓଭରରେ ୧୩୧ରନ କରି ଅଲଆଉଟ ହୋଇଯାଇଥିଲା। ଟପ୍‌ ସ୍କୋରର ମହମୁଦୁଲ୍ଲା ୫୪ ବଲ୍‌ରୁ ୨୭ ରନ କରିଥିଲେ। ମୁସ୍‌ଫିକର ରହିମ ୨୩ ରନ କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ସବୁଠାରୁ ସଫଳ ବୋଲର ଟ୍ରେଣ୍ଟ ବୋଲ୍ଟ ୨୪ ରନ ବିନିମୟରେ ୪ ଉଇକେଟ ନେଇଥିବାବେଳେ ଜେମ୍ସ ନିଶାମ ଓ ମିଚଲେ ସାଣ୍ଟନର ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଓପନର ମାର୍ଟିନ ଗୁପ୍‌ଟିଲ ୧୯ ବଲରେ ୩ ଚୌକା ଓ ୪ ଛକା ସହ ଦ୍ରୁତ ୩୮ରନ କରିଥିଲେ। ୫୦ତମ ଅନ୍ତର୍ଜାତୀୟ ଦିନିକିଆ ଖେଳୁଥିବା ହେନରୀ ନିକୋଲସ ୪୯ ରନ କରି ଅପରାଜିତ ରହିଥିଲେ। ଦ୍ୱିତୀୟ ଉଇକେଟରେ ସେ ଓ ଡେଭନ କନଓ୍ବେ (୨୭) ପାର୍ଟନରଶିପ୍‌ରେ ୬୫ ରନ ଯୋଗ କରିଥିଲେ। ନ୍ୟୁଜିଲାଣ୍ଡ ମାତ୍ର ୨୧.୨ ଓଭରରେ ୨ଉଇକେଟ ବିନିମୟରେ ବିଜୟ ପାଇଁ ଆବଶ୍ୟକ ରନ ସଂଗ୍ରହ କରିନେଇଥିଲା। ଟ୍ରେଣ୍ଟ ବୋଲ୍ଟ ମ୍ୟାନ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।
ସଂକ୍ଷିପ୍ତ ସ୍କୋର
ବାଂଲାଦେଶ ଇନିଂସ: ୪୧.୫ ଓଭରରେ ୧୩୧/ଅଲଆଉଟ (ମହମୁଦୁଲ୍ଲା-୨୭, ମୁସ୍‌ଫିକର-୨୩; ବୋଲ୍ଟ-୪/୨୭, ସାଣ୍ଟନର-୨/୨୩, ନିଶାମ-୨/୨୭)।
ନ୍ୟୁଜିଲାଣ୍ଡ ଇନିଂସ: ୨୧.୨ ଓଭରରେ ୧୩୨/୨ (ହେନ୍‌ରୀ ନିକୋଲସ-୪୯, ଗୁପ୍‌ଟିଲ-୩୮, କନଓ୍ବେ-୨୭; ଟସ୍କିନ ଅହମ୍ମଦ-୧/୨୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri