Posted inଖେଳ

ଲଢୁଆ ବ୍ୟାଟିଂ ସତ୍ତ୍ୱେ ଅଷ୍ଟ୍ରେଲିଆ ଠାରୁ ହାରିଲା ନ୍ୟୁଜିଲାଣ୍ଡ…

ଧର୍ମଶାଳା,୨୮।୧୦: ଧର୍ମଶାଳାର ହିମାଚଳପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୨୭ତମ ମ୍ୟାଚରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡକୁ ୫ ରନରେ ପରାଜିତ କରିଛି। ଧାର୍ଯ୍ୟ ୩୮୯ ରନ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୮୩ ରନ ସଂଗ୍ରହ କରିଥିଲା। ତେବେ ଲଢୁଆ ବ୍ୟାଟିଂ ସତ୍ତ୍ୱେ ନ୍ୟୁଜିଲାଣ୍ଡ ପରାଜୟ ସ୍ବୀକାର କରିଛି।
ନ୍ୟୁଜିଲାଣ୍ଡ ଅଧିନାୟକ ଟମ ଲାଥମ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପ୍ୟାଟ କ୍ୟୁମିନ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୪୯.୨ ଓଭରରେ ୧୦ ଓ୍ବିକେଟ ହରାଇ ୩୮୮ ରନ ସଂଗ୍ରହ କରିଥିଲା। ଫଳରେ ନ୍ୟୁଜିଲାଣ୍ଡ ପାଇଁ ୩୮୯ ରନର ବିଜୟ ଲକ୍ଷ୍ୟ ରହିଥିଲା। ଟ୍ରାଭିସ ହେଡ ୧୦୯ ଏବଂ ଡେଭିଡ ୱାର୍ନର ୮୧ ରନ କରି ଅଷ୍ଟ୍ରେଲିଆ ପାଇଁ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri