Posted inଖେଳ

ସେମିଫାଇନାଲ୍‌ ହାରିବା ଦୁଃଖ ଭୁଲିପାରୁନାହାନ୍ତି ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ: ଏହି କଥା ପାଇଁ ମୋଦିଙ୍କୁ ଦେଲେ ଧନ୍ୟବାଦ୍‌

ନୂଆଦିଲ୍ଲୀ,୧୭।୩:ନ୍ୟୁଜିଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ରବିବାର ଦିନ ପାଞ୍ଚ ଦିନିଆ ଭାରତ ଗସ୍ତରେ ଆସି ପହଞ୍ଚିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଅର୍ଥନୈତିକ ସହଭାଗୀତା ଭଳି ପ୍ରସଙ୍ଗରେ ଆଲୋଚନା କରିଥିଲେ। ବୈଠକ ପରେ ପ୍ରଧାନମନ୍ତ୍ରୀ ଲକ୍ସନ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ ଏବଂ ଚାମ୍ପିଅନ୍ସ ଟ୍ରଫିରେ ଭାରତ ବିପକ୍ଷ ପରାଜୟର କଥା ଉଲ୍ଲେଖ କରିଥିଲେ। କଥାବାର୍ତ୍ତା ସମୟରେ ନ୍ୟୁଜିଲାଣ୍ଡର ପରାଜୟ ବିଷୟରେ ଉଲ୍ଲେଖ ନ କରିବା ପାଇଁ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେଇଥିଲେ।

ମିଳିତ ସାମ୍ବାଦିକ ସମ୍ମିଳନୀ ସମୟରେ ଲକ୍ସନ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦି ଭାରତ ବିପକ୍ଷରେ ନ୍ୟୁଜିଲାଣ୍ଡର ଚାମ୍ପିଅନ୍ସ ଟ୍ରଫି ପରାଜୟର ପ୍ରସଙ୍ଗ ଉଠାଇ ନାହାଁନ୍ତି ଏବଂ ମୁଁ ମଧ୍ୟ ଭାରତରେ ଆମର ଟେଷ୍ଟ ବିଜୟର ପ୍ରସଙ୍ଗ ଉଠାଇ ନାହିଁ। ଏଥିପାଇଁ ମୁଁ ପ୍ରକୃତରେ ମୋଦିଙ୍କୁ ଧନ୍ୟବାଦ୍‌ ଦେଉଛି। ତେଣୁ ସେହି ପ୍ରସଙ୍ଗକୁ ଛାଡିଦେବା। ଏହା ଶୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ସେଠାରେ ଉପସ୍ଥିତ ସମସ୍ତେ ହସିଥିଲେ।

ଦୁବାଇରେ ଖେଳାଯାଇଥିବା ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ଭାରତ ନ୍ୟୁଜିଲାଣ୍ଡକୁ ଚାରି ଉଇକେଟରେ ପରାସ୍ତ କରି ୧୨ ବର୍ଷ ପରେ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଛି। ନ୍ୟୁଜିଲାଣ୍ଡ ଭାରତକୁ ଜିତିବା ପାଇଁ ୨୫୨ ରନର ଟାର୍ଗେଟ ଦେଇଥିଲା, ଯାହାକୁ ଭାରତ ଗୋଟିଏ ଓଭର ବାକି ଥାଇ ହାସଲ କରି ନେଇଥିଲା। ଟସ ଜିତି ପ୍ରଥମେ ବ୍ୟାଟିଂ କରିବା ପରେ, ନ୍ୟୁଜିଲାଣ୍ଡ ୫୦ ଓଭରରେ ୭ ଉଇକେଟ ହରାଇ ୨୫୧ ରନ କରିଥିଲା। ଜବାବରେ, ଭାରତ ୪୯ ଓଭରରେ ଛଅ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ରୋହିତ ଏକ ଅଧିନାୟକ ଇନିଂସ ଖେଳିଥିଲେ। ସେ ୭୬ ରନ କରି ଭାରତକୁ ସଙ୍କଟରୁ ବାହାର କରିଥିଲେ।

ପୂର୍ବରୁ, ନ୍ୟୁଜିଲାଣ୍ଡ ଦଳ ଭାରତ ଗସ୍ତରେ ଆସିଥିଲା ଯେଉଁଠାରେ ଦଳ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଆୟୋଜକ ଦଳକୁ ୩-୦ରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri