Posted inଖେଳ

ଭାରତଠାରୁ ୨ ବିଶ୍ୱକପ୍‌ ଟାଇଟଲ୍‌ ଛଡାଇ ନେଇଛି ନ୍ୟୁଜିଲାଣ୍ଡ

ଦୁବାଇ,୨୮।୧୦: ଟି-୨୦ ବିଶ୍ୱକପର ପ୍ରଥମ ମ୍ୟାଚ ହାରିଛି ଭାରତୀୟ ଦଳ। ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚରେ ଦଳକୁ ୩୧ ଅକ୍ଟୋବରରେ ନ୍ୟୁଜିଲାଣ୍ଡର ସାମ୍ନା କରିବାକୁ ପଡିବ। ନ୍ୟୁଜିଲାଣ୍ଡ ମଧ୍ୟ ପାକିସ୍ତାନଠାରୁ ପ୍ରଥମ ମ୍ୟାଚ ହାଇଛି। ଏହାସତ୍ତ୍ୱେ ଭାରତକୁ ନ୍ୟୁଜିଲାଣ୍ଡ ପ୍ରତି ସତର୍କ ରହିବାକୁ ପଡିବ। କାରଣ ଅତୀତରେ ଟିମ ଇଣ୍ଡିଆଠାରୁ ଦୁଇଟି ବଡ ଟାଇଟଲ ଛଡ଼ାଇ ନେଇଛି ନ୍ୟୁଜିଲାଣ୍ଡ। ୨୦୦୦ ରେ ଖେଳାଯାଇଥିବା ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୪ ଉଇକେଟରେ ପରାସ୍ତ କରିଥିଲା। ଏଥି ସହିତ ସେ ଚଳିତ ବର୍ଷ ଜୁନ୍‌ରେ ଅନୁଷ୍ଠିତ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ) ର ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ପରାସ୍ତ କରିଥିଲା। ଏଭଳି ପରିସ୍ଥିତିରେ ବିରାଟ କୋହଲି ମଧ୍ୟ ବିଜୟ ସହିତ ପ୍ରତିଶୋଧ ନେବାକୁ ଚାହାଁନ୍ତି।
ଟି -୨୦ ବିଶ୍ୱକପର ରେକର୍ଡ ବିଷୟରେ କହିବାକୁ ଗଲେ ଭାରତୀୟ ଦଳ କେବେବି ନ୍ୟୁଜିଲାଣ୍ଡକୁ ପରାସ୍ତ କରିପାରି ନାହିଁ। ୨୦୦୭ ଏବଂ ୨୦୧୬ ରେ ଅନୁଷ୍ଠିତ ଉଭୟ ମ୍ୟାଚ ନ୍ୟୁଜିଲାଣ୍ଡ ଜିତିଥିଲା। ଦିନିକିଆ ବିଶ୍ୱକପ ବିଷୟରେ କହିବାକୁ ଗଲେ ଏପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ ୯ଟି ମ୍ୟାଚ ଖେଳାଯାଇଛି। ନ୍ୟୁଜିଲାଣ୍ଡ ୫ଟି ମ୍ୟାଚ ଜିତିଥିବାବେଳେ ଭାରତୀୟ ଦଳ ତିନୋଟି ମ୍ୟାଚ ଜିତିବାରେ ସଫଳ ହୋଇଛି। ଗୋଟିଏ ମ୍ୟାଚର ଫଳାଫଳ ବାହାରି ପାରି ନାହିଁ । ସାମଗ୍ରିକ ଟି -୨୦ ରେକର୍ଡ ବିଷୟରେ କହିବାକୁ ଗଲେ ଉଭୟ ଦଳ ୮-୮ ମ୍ୟାଚ ଜିତିଛନ୍ତି। ଏଭଳି ପରିସ୍ଥିତିରେ ପୁଣି ଥରେ ଉଭୟ ଦଳ ମଧ୍ୟରେ ଏକ ରୋମାଞ୍ଚକର ପ୍ରତିଯୋଗିତା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri