Posted inଖେଳ

ଭାରତଠାରୁ ୨ ବିଶ୍ୱକପ୍‌ ଟାଇଟଲ୍‌ ଛଡାଇ ନେଇଛି ନ୍ୟୁଜିଲାଣ୍ଡ

ଦୁବାଇ,୨୮।୧୦: ଟି-୨୦ ବିଶ୍ୱକପର ପ୍ରଥମ ମ୍ୟାଚ ହାରିଛି ଭାରତୀୟ ଦଳ। ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚରେ ଦଳକୁ ୩୧ ଅକ୍ଟୋବରରେ ନ୍ୟୁଜିଲାଣ୍ଡର ସାମ୍ନା କରିବାକୁ ପଡିବ। ନ୍ୟୁଜିଲାଣ୍ଡ ମଧ୍ୟ ପାକିସ୍ତାନଠାରୁ ପ୍ରଥମ ମ୍ୟାଚ ହାଇଛି। ଏହାସତ୍ତ୍ୱେ ଭାରତକୁ ନ୍ୟୁଜିଲାଣ୍ଡ ପ୍ରତି ସତର୍କ ରହିବାକୁ ପଡିବ। କାରଣ ଅତୀତରେ ଟିମ ଇଣ୍ଡିଆଠାରୁ ଦୁଇଟି ବଡ ଟାଇଟଲ ଛଡ଼ାଇ ନେଇଛି ନ୍ୟୁଜିଲାଣ୍ଡ। ୨୦୦୦ ରେ ଖେଳାଯାଇଥିବା ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୪ ଉଇକେଟରେ ପରାସ୍ତ କରିଥିଲା। ଏଥି ସହିତ ସେ ଚଳିତ ବର୍ଷ ଜୁନ୍‌ରେ ଅନୁଷ୍ଠିତ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ) ର ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ପରାସ୍ତ କରିଥିଲା। ଏଭଳି ପରିସ୍ଥିତିରେ ବିରାଟ କୋହଲି ମଧ୍ୟ ବିଜୟ ସହିତ ପ୍ରତିଶୋଧ ନେବାକୁ ଚାହାଁନ୍ତି।
ଟି -୨୦ ବିଶ୍ୱକପର ରେକର୍ଡ ବିଷୟରେ କହିବାକୁ ଗଲେ ଭାରତୀୟ ଦଳ କେବେବି ନ୍ୟୁଜିଲାଣ୍ଡକୁ ପରାସ୍ତ କରିପାରି ନାହିଁ। ୨୦୦୭ ଏବଂ ୨୦୧୬ ରେ ଅନୁଷ୍ଠିତ ଉଭୟ ମ୍ୟାଚ ନ୍ୟୁଜିଲାଣ୍ଡ ଜିତିଥିଲା। ଦିନିକିଆ ବିଶ୍ୱକପ ବିଷୟରେ କହିବାକୁ ଗଲେ ଏପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ ୯ଟି ମ୍ୟାଚ ଖେଳାଯାଇଛି। ନ୍ୟୁଜିଲାଣ୍ଡ ୫ଟି ମ୍ୟାଚ ଜିତିଥିବାବେଳେ ଭାରତୀୟ ଦଳ ତିନୋଟି ମ୍ୟାଚ ଜିତିବାରେ ସଫଳ ହୋଇଛି। ଗୋଟିଏ ମ୍ୟାଚର ଫଳାଫଳ ବାହାରି ପାରି ନାହିଁ । ସାମଗ୍ରିକ ଟି -୨୦ ରେକର୍ଡ ବିଷୟରେ କହିବାକୁ ଗଲେ ଉଭୟ ଦଳ ୮-୮ ମ୍ୟାଚ ଜିତିଛନ୍ତି। ଏଭଳି ପରିସ୍ଥିତିରେ ପୁଣି ଥରେ ଉଭୟ ଦଳ ମଧ୍ୟରେ ଏକ ରୋମାଞ୍ଚକର ପ୍ରତିଯୋଗିତା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri