Posted inଖେଳ

ଦୁଇ ଥର ପାକିସ୍ତାନ ଗସ୍ତ କରିବ ନ୍ୟୁଜିଲାଣ୍ଡ

କରାଚୀ,୨୦।୧୨: ଚଳିତ ବର୍ଷ ପାକିସ୍ତାନରେ ସୀମିତ ଓଭର ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ସ୍ବଦେଶ ଫେରିଯାଇଥିଲା ନ୍ୟୁଜିଲାଣ୍ଡ। ବାତିଲ ହୋଇଥିବା ସେହି ସିରିଜ୍‌ ଲାଗି ନ୍ୟୁଜିଲାଣ୍ଡ ୨୦୨୨-୨୩ ସିଜନରେ ଦୁଇ ଥର ପାକିସ୍ତାନ ଗସ୍ତ କରିବ। ଏ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ସୋମବାର ପ୍ରକାଶ ପାଇଥିବା ୨୦୨୨-୨୩ ଫ୍ୟୁଚର ଟୁର ପ୍ରୋଗ୍ରାମରେ ଦର୍ଶାଯାଇଛି।

ଆସନ୍ତା ବର୍ଷ ଡିସେମ୍ବରରେ ନ୍ୟୁଜିଲାଣ୍ଡ ଦଳ ପାକିସ୍ତାନରେ ଦୁଇଟି ଟେଷ୍ଟ ଏବଂ ୩ ଦିନିକିଆ ସିରିଜ୍‌ ଖେଳିବ। ୨୦୨୩ ଏପ୍ରିଲରେ ବ୍ଲାକ୍‌ କ୍ୟାପ୍ସ ଦଳ ୫ ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ଖେଳିବା ପାଇଁ ପାକିସ୍ତାନ ଆସିବ। ୨୦୨୨ ମାର୍ଚ୍ଚରୁ ୨୦୨୩ ଏପ୍ରିଲ ମଧ୍ୟରେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ବିପକ୍ଷରେ ପାକିସ୍ତାନ ୮ ଟେଷ୍ଟ, ୧୧ ଦିନିକିଆ ଓ ୧୩ ଟି୨୦ ମ୍ୟାଚ୍‌ ଆୟୋଜନ କରିବ ବୋଲି ପିସିବି ମୁଖ୍ୟ ରମିଜ ରାଜା କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ସେପ୍ଟେମ୍ବରରେ ନ୍ୟୁଜିଲାଣ୍ଡ ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ସୁରକ୍ଷା କାରଣ ଦର୍ଶାଇ ପାକିସ୍ତାନ ବିପକ୍ଷ ଗସ୍ତକୁ ବାତିଲ କରି ଦେଇଥିଲା। ଏହି ସିରିଜ୍‌ରେ ୩ ଦିନିକିଆ ସମେତ ୫ ଟି୨୦ ମ୍ୟାଚ୍‌ ଖେଳାଯିବାର ଥିଲା। ତା’ପରେ ପାକିସ୍ତାନକୁ ଗସ୍ତକୁ ବାତିଲ କରି ଦେଇଥିଲା ଇଂଲଣ୍ଡ।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri