ନ୍ୟୁଜିଲାଣ୍ଡରେ ରାଷ୍ଟ୍ରପତିଙ୍କୁ ନିଆରା ଢଙ୍ଗରେ ସ୍ବାଗତ, ଦେଖନ୍ତୁ ଭିଡିଓ…

ଓ୍ବିଲିଂଟନ/ନୂଆଦିଲ୍ଲୀ,୮ା୮: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛନ୍ତି। ସେ ବୁଧବାର ନ୍ୟୁଜିଲାଣ୍ଡରେ ପହଞ୍ଚି ସେଠାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଟଡ୍‌ ମ୍ୟାକଲେ ଏବଂ ଭାରତୀୟ ହାଇ କମିଶନର ନୀତା ଭୂଷଣ ତାଙ୍କୁ ସ୍ବାଗତ କରିଥିଲେ। ଗୁରୁବାର ରାଷ୍ଟ୍ରପତି ମୁର୍ମୁ ନ୍ୟୁଜିଲାଣ୍ଡର ଗଭର୍ନର ଜେନେରାଲ ଡେମ୍‌ ସିଣ୍ଡି କିରୋ ଏବଂ ଉପମୁଖ୍ୟମନ୍ତ୍ରୀ ଓ୍ବିନଷ୍ଟନ ପିଟର୍ସଙ୍କୁ ଭେଟିଛନ୍ତି। ଏହି ବୈଠକରେ ମୁର୍ମୁ ତାଙ୍କ ସହ ବନ୍ଧୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବାର ଉପାୟ ବିଷୟରେ ଆଲୋଚନା କରିଛନ୍ତି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଏହି ସୂଚନା ପ୍ରଦାନ କରି ଏକ ବିବୃତ୍ତି ଜାରି କରିଛି।

ତେବେ ରାଷ୍ଟ୍ରପତିଙ୍କୁ ନ୍ୟୁଜିଲାଣ୍ଡରେ ଏକ ନିଆରା ଢଙ୍ଗରେ ସ୍ବାଗତ କରାଯାଇଥିଲା। ସେଠାକାର ପାରମ୍ପାରିକ ମାଧୁରୀ ‘ପୋହ୍ବିରି’ ମାଧ୍ୟମରେ ସ୍ବାଗତ କରାଯାଇଛି। ରାଷ୍ଟ୍ରପତି ପହଞ୍ଚିବା ପରେ ପାରମ୍ପାରିକ ପୋଷାକରେ ସୁସଜ୍ଜିତ ହୋଇ ଭାରତର ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍‌ ଅନର ମଧ୍ୟ ପ୍ରଦାନ କରାଯାଇଥିଲା।

ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସରକାରୀ ମୁଖପାତ୍ର ରାନ୍ଧୀର ଯଶୱାଲ କହିଛନ୍ତି ଯେ ‘ଭାରତ- ନ୍ୟୁଜିଲାଣ୍ଡ ସହଭାଗିତାକୁ ଶକ୍ତି ପ୍ରଦାନ କରୁଛି!

ନ୍ୟୁଜିଲାଣ୍ଡ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀରେ ରାଷ୍ଟ୍ରପତି ମଧ୍ୟ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି,‘ ଶିକ୍ଷା ସର୍ବଦା ମୋ ହୃଦୟର ନିକଟତର ହୋଇଛି। ମୁଁ ଶିକ୍ଷାର ପରିବର୍ତ୍ତନଶୀଳ ଶକ୍ତି ଅନୁଭବ କରିଛି। ଶିକ୍ଷା ମଧ୍ୟ ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ର ନିର୍ମାଣର ଏକ ମାଧ୍ୟମ। ଏକବିଂଶ ଶତାବ୍ଦୀର ଭାରତରେ ଶିକ୍ଷା ବ୍ୟବସ୍ଥା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।’ ରାଷ୍ଟ୍ରପତି ଆହୁରି ମଧ୍ୟ କହିଛନ୍ତି , ଭାରତ ବିଭିନ୍ନ କ୍ଷେତ୍ରରେ ନେତା ସୃଷ୍ଟି କରିଛି ଯେଉଁମାନେ ସାରା ବିଶ୍ୱରେ ଅବଦାନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri