Posted inଖେଳ

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ ଓ ଫିନ୍‌ ଏଲେନଙ୍କ ଅପରାଜିତ ଓପ୍‌ନିଂ ଭାଗୀଦାରି ବଳରେ ନ୍ୟୁଜିଲାଣ୍ଡ ୧୫.୨ ଓଭରରେ ବିନା ଉଇକେଟରେ ହାସଲ କରିନେଇଥିଲା।

ଦୁଇ ଓପ୍‌ନର ଅବିଭାଜିତ ପ୍ରଥମ ଉଇକେଟ ପାଇଁ ୧୭୫ ରନ୍‌ କରିଥିଲେ। ଏହା ଟି୨୦ ବିଶ୍ୱକପ୍‌ ଇତିହାସରେ ଯେକୌଣସି ଉଇକେଟ ପାଇଁ ସବୁଠୁ ବଡ଼ ଭାଗୀଦାରି। ଏଥିପୂର୍ବରୁ ଏହି ରେକର୍ଡ ଇଂଲଣ୍ଡର ଯୋଶ୍‌ ବଟ୍‌ଲର ଓ ଆଲେକ୍ସ ହେଲ୍ସଙ୍କ ନାମରେ ଥିଲା। ଦୁହେଁ ୨୦୨୨ ଟି୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷ ସେମିଫାଇନାଲରେ ପ୍ରଥମ ଉଇକେଟ ଲାଗି ୧୭୦ ରନ୍‌ କରିଥିଲେ।

ଜିତି ବ୍ୟାଟିଂ କରିଥିବା ୟୁଏଇ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା। ଏହା ଟି୨୦ ବିଶ୍ୱକପ୍‌ ଇତିହାସରେ ୟୁଏଇର ସର୍ବାଧିକ ଦଳଗତ ସ୍କୋର। ଦଳ ପକ୍ଷରୁ ଅଧିନାୟକ ମହମ୍ମଦ ଓ୍ବାସିମ ୪୫ ବଲରେ ଅପରାଜିତ ୬୬(୪ ଚୌକା ଓ ୩ ଛକା) ଓ ଅଲିଶାନ ଶରାଫୁ ୪୭ ବଲରେ ୫୫(୫ ଚୌକା ଓ ୨ ଛକା) ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡ ପାଇଁ ମ୍ୟାଟ୍‌ ହେନ୍‌ରୀ ୨ ଉଇକେଟ ନେଇଥିଲେ। ଜବାବରେ ସିଫର୍ଟ ଓ ଏଲେନ୍‌ଙ୍କର ବିସ୍ଫୋରକ ବ୍ୟାଟିଂ ଯୋଗୁ ନ୍ୟୁଜିଲାଣ୍ଡ ୧୫.୨ ଓଭରରେ ବିନା କ୍ଷତିରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri