Posted inଖେଳ

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ ଗ୍ଲେନ ଫିଲିପ୍ସଙ୍କ ଶତକ ବଳରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୩୭ ରନ୍‌ କରିଥିଲା। ଜବାବରେ କୋହଲିଙ୍କ ଶତକ ସତ୍ତ୍ୱେ ଭାରତ ୪୬ ଓଭରରେ ୨୯୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ବିଜୟ ସହ ନ୍ୟୁଜିଲାଣ୍ଡ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ୨-୧ରେ ଜିତି ନେଇଛି। ଭାରତ ମାଟିରେ ଏହା ନ୍ୟୁଜିଲାଣ୍ଡ ପାଇଁ ପ୍ରଥମ ଦିନିକିଆ ସିରିଜ୍‌ ବିଜୟ।

ନ୍ଥାମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୩୭ ରନ କରିଥିଲା। ଜବାବରେ ଭାରତ ଆରମ୍ଭରୁ ରୋହିତ ଶର୍ମା (୧୧)ଙ୍କ ଉଇକେଟ ହରାଇଥିଲା। ଏହାପରେ ବିରାଟ କୋହଲି ଗୋଟଏ ପକ୍ଷରେ ବ୍ୟାଟିଂ କରୁଥିବା ବେଳେ ଅନ୍ୟ ପକ୍ଷରେ ଅଧିନାୟକ ଶୁବମନ ଗିଲ(୨୩), ଶ୍ରେୟସ ଆୟାର (୩) ଓ ଲୋକେଶ ରାହୁଲ (୧) କ୍ରମାଗତ ବ୍ୟବଧାନରେ ଆଉଟ୍‌ ହୋଇଥିଲେ। ଦଳ ମାତ୍ର ୭୧ ରନରେ ପ୍ରମୁଖ ୪ ବ୍ୟାଟରଙ୍କ ଉଇକେଟ ହରାଇଥିଲା। ଏଭଳି ପରିସ୍ଥିତିରେ କୋହଲିଙ୍କ ସହ ନୀତୀଶ କୁମାର ରେଡ୍ଡୀ ମିଶି ପଞ୍ଚମ ଉଇକେଟରେ ୮୮ ରନ ଯୋଡ଼ିଥିଲେ। ହେଲେ ନୀତୀଶ କ୍ୟାରିୟରର ପ୍ରଥମ ଦିନିକିଆ ଅର୍ଦ୍ଧଶତକ ପୂରଣ କରିବା ପରେ ଆଉଟ୍‌ ହୋଇଥିଲେ। ସେ ୫୭ ବଲରେ ୨ ଲେଖାଏ ଚୌକା ଓ ଛକା ସହିତ ୫୩ ରନ କରିଥିଲେ। ତାଙ୍କ ପରେ କ୍ରିଜ୍‌କୁ ଓହ୍ଲାଇଥିବା ରବୀନ୍ଦ୍ର ଜାଡେଜା (୧୨) ବିଫଳ ହୋଇଥିଲେ। ଏହିଠାରୁ କୋହଲି ଓ ହର୍ଷିତ ରାଣା ସପ୍ତମ ଉଇକେଟରେ ୬୯ ବଲରେ ଦ୍ରୁତ ୯୯ ରନ ଯୋଡ଼ି ଦଳକୁ ବିଜୟ ଆଶା ଦେଇଥିଲେ। ଇତି ମଧ୍ୟରେ କୋହଲି ୫୪ତମ ଦିନିକିଆ ତଥା ଅନ୍ତର୍ଜାତୀୟ କ୍ୟାରିୟରର ୮୫ତମ ଶତକ ପୂରଣ କରିଥିଲେ। ହର୍ଷିତ ଅର୍ଦ୍ଧଶତକ ପୂରଣ କରିବା ପରେ ପାଭିଲିଅନ ଫେରିଥିଲେ। ସେ ୪୩ ବଲରେ ୪ ଲେଖାଏ ଚୌକା ଓ ଛକା ସହ ୫୨ ରନ କରିଥିଲେ। କୋହଲି ୧୦୮ ବଲରେ ୧୨୪ ରନ କରି ୯ମ ବ୍ୟାଟର ଭାବେ ଆଉଟ୍‌ ହୋଇଥିଲେ। ତାଙ୍କ ଇନିଂସରେ ୧୦ ଚୌକା ଓ ୩ ଛକା ସାମିଲ ଥିଲା। ଫଳରେ ଭାରତ ୪୬ ଓଭରରେ ୨୯୬ ରନରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?