Posted inଖେଳ

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ପ୍ରଥମ ଉଇକେଟରେ ଡେଭନ କନଓ୍ବେ (୩୯)ଙ୍କ ସହ ୯୬ରନ୍‌ର ଯୋଗଦାନ ଦଳକୁ ଜିତାଇବାରେ ବଡ଼ ଭୂମିକା ଗ୍ରହଣ କରିଥିଲେ।

ନ୍ୟୁଜିଲାଣ୍ଡ ୨୨ବଲ୍‌ ବାକିଥାଇ ମାତ୍ର ୨ ଉଇକେଟ ବିନିମୟରେ ଦକ୍ଷିଣ ଆଫ୍ରିକା ସ୍କୋର ୧୩୬/୯କୁ ଅତିକ୍ରମ କରିଥିଲା। ଏଥିସହିତ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୨-୧ରେ ଅଗ୍ରଣୀ ଲାଭ କରିପାରିଛି। ସିରିଜର ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡର ୯୧ରନକୁ ଚେଜ୍‌ କରି ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ବିଜୟ ଲାଭ କରିଥିଲା। ଦ୍ୱିତୀୟ ମ୍ୟାଚରେ ବିପକ୍ଷ ଦଳକୁ ୧୦୭ ରନରେ ଅଲଆଉଟ କରି ନ୍ୟୁଜିଲାଣ୍ଡ ୬୮ରନରେ ମ୍ୟାଚ ଜିତି ନେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri