Posted inଖେଳ

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଓ୍ବେଲିଂଟନ,୨୦ା୩: ଓ୍ବେଲିଂଟନରେ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚକୁ ଇନିଂସ ସହ ୫୮ ରନ୍‌ରେ ନ୍ୟୁଜିଲାଣ୍ଡ ବିଜୟୀ ହୋଇଛି। ପ୍ରଥମ ଇନିଂସରେ ୪୧୬ ରନ୍‌ ପଛରେ ରହିଥିବା ଶ୍ରୀଲଙ୍କା ଫଲୋଅନ୍‌ ପରେ ୩୫୮ ରନ୍‌ରେ ଅଲ୍‌ଆଉଟ ହୋଇଥିଲା। ପ୍ରଥମ ଟେଷ୍ଟ ଜିତିଥିବା ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି।

ତୃତୀୟ ଦିନର ଅସମାପ୍ତ ସ୍କୋର ୧୧୩/୨ରୁ ଖେଳ ଆରମ୍ଭ କରି ଶ୍ରୀଲଙ୍କା ମାତ୍ର ୩ ରନ୍‌ ବ୍ୟବଧାନରେ ପୂର୍ବ ଦିନର ଦୁଇ ଅପରାଜିତ ବ୍ୟାଟରଙ୍କ ଉଇକେଟ ହରାଇଥିଲା। ଦୀନେଶ ଚାଣ୍ଡିମାଲ(୬୨) ଓ ଧନଞ୍ଜୟ ଡି ସିଲ୍‌ଭା(୯୮) ପଞ୍ଚମ ଉଇକେଟରେ ୧୨୬ ରନ୍‌ ଯୋଡିଥିଲେ।
ଲଞ୍ଚର ପୂର୍ବରୁ ଚାଣ୍ଡିମାଲ ଆଉଟ ହେବା ସହିତ ଶ୍ରୀଲଙ୍କା ହାତ ଟେକି ଦେଇଥିଲା। ଉଇକେଟ କିପର ନିଶାନ୍‌ ମଦୁଷ୍କା(୩୯)ଙ୍କ ସହିତ ୭୬ ରନ୍‌ ଯୋଡିଥିଲେ ଡି ସିଲ୍‌ଭା। ଉଭୟ ଖେଳାଳି ମାତ୍ର ୫ ବଲ୍‌ ବ୍ୟବଧାନରେ ଆଉଟ ହେବା ସହିତ ଶ୍ରୀଲଙ୍କାର ସଂଘର୍ଷ ଶେଷ ହୋଇଥିଲା। ୧୪୨ ଓଭର ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୩୫୮ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ନ୍ୟୁଜିଲାଣ୍ଡର ଟିମ୍‌ ସାଉଦି ଓ ବ୍ଲେୟାର ଟିକ୍‌ନର ୩ଟି ଲେଖାଏ ଉଇକେଟ ନେଇଥିଲେ।

ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୪ ଉଇକେଟରେ ୫୮୦ ରନ୍‌ କରିଥିବା ବେଳେ ଶ୍ରୀଲଙ୍କା ମାତ୍ର ୧୬୪ ରନରେ ଅଲଆଉଟ ହୋଇ ଫଲୋଅନ୍‌ ଡାକରା ପାଇଥିଲା। ହେନ୍‌ରୀ ନିକୋଲ୍ସଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଓ କେନ୍‌ ଓ୍ବିଲିୟମସନଙ୍କୁ ପ୍ଲେୟର ଅଫ୍‌ ଦ ସିରିଜ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri