ସଂସଦରେ ଗର୍ଜିଲେ ମହିଳା ଏମପି, ନୃତ୍ୟ ସାଙ୍ଗକୁ ଦମଦାର ଭାଷଣ, ଭିଡିଓ ଭାଇରାଲ

ଓ୍ବେଲିଂଟନ୍‌,୬।୧: ନେତାଙ୍କ ଦମଦାର ଭାଷଣ ତାଙ୍କ ବ୍ୟକ୍ତିତ୍ୱକୁ ପ୍ରକାଶ କରିବା ସହ ସାଧାରଣ ଜନତାଙ୍କୁ ପ୍ରଭାବିତ କରିଥାଏ। ଜନସଭାରେ ହେଉ କି ବିଶେଷ କରି ସଂସଦରେ ସେମାନେ ଲୋକଙ୍କ ସମସ୍ୟା ଉପସ୍ଥାପନ କରନ୍ତ। ନିକଟରେ ଏପରି ଏକ ମହିଳା ଏମପିଙ୍କ ଭାଷଣ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ସେ ସଂସଦରେ ନାଚି ନାଚି ଜନସାଧାରଣଙ୍କ ଦାବି ଉପସ୍ଥାପନ କରିଛନ୍ତି। ଭାରତରେ ନୁହେଁ ସେ ହେଉଛନ୍ତି ନ୍ୟୁଜିଲାଣ୍ଡର ସର୍ବ କନିଷ୍ଠ ଏମପି ହାନା ରହିତି ମାଇପି କର୍‌ଲାକେ। ନ୍ୟୁଜିଲାଣ୍ଡ ସଂସଦରେ ତାଙ୍କର ଦମଦାର ଭାଷଣ ସାଙ୍ଗକୁ ଦାବି ଉପସ୍ଥାପନ କରିବାର ପ୍ରଭାବଶାଳୀ ନୃତ୍ୟ ସାରା ବିଶ୍ୱକୁ ଚକିତ କରିଛି।

 

ଏହି ଭିଡିଓଟି ହେଉଛି ୨୦୨୩ ଡିସେମ୍ବରର। ଦେଶର ସର୍ବ କନିଷ୍ଠ ୨୧ ବର୍ଷିୟ ହାନା ଭାଇରାଲ ଭିଡିଓରେ କହୁଛନ୍ତି, ଜନସାଧାରଣଙ୍କୁ ମୁଁ ପ୍ରତିଶ୍ରୁତି ଦେଇଛି, ସେମାନଙ୍କର କୌଣସି ସମସ୍ୟା ହେଲେ ମୁଁ ଆଗରେ ଠିଆ ହେବି। ସେମାନଙ୍କୁ ପାଇଁ ମୁଁ ଜୀବନ ମଧ୍ୟ ଦେଇପାରେ। କିନ୍ତୁ ବର୍ତ୍ତମାନ ମୁଁ ଆପଣଙ୍କ ପାଇଁ ବଞ୍ଚିବାକୁ ଚାହୁଁଛି ଏବଂ ଆପଣଙ୍କ ପାଇଁ କାମ କରିବାକୁ ଚାହୁଁଛି। ତେବେ ଭାଷଣ ଦେବା ସମୟରେ ସେ ଅନେକ ଥର ଭାବପ୍ରବଣ ହୋଇଯାଇଥିଲେ। ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି ସଂସଦରେ ନିଜ ଭାଷଣକୁ ସେ ନୃତ୍ୟ କରି ଉପସ୍ଥାପନ କରିଥିଲେ। ସେ ମାଓରି ସଂସ୍କୃତିର ‘ହାକା’ ନୃତ୍ୟ ସର୍ବସାଧାରଣଙ୍କ ସମ୍ମୁଖରେ ପ୍ରଦର୍ଶନ କରିଥିଲେ। କହିରଖୁଛୁ କି, ଏହା ଏକ ଯୁଦ୍ଧଗୀତ। ଯାହାକୁ ବିଭିନ୍ନ ଭାବଭଙ୍ଗୀ ସହ ପ୍ରସ୍ତୁତ କରାଯାଇଥାଏ। ଭାଷଣ ଦେବା ସମୟରେ ସେ ଜନତାଙ୍କ ଦାବି ଉଠାଇ ସଂସଦରେ ଗର୍ଜୁ ଥିବାର ନଜିର ଆସିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?