Posted inଖେଳ

ଗୋଟିଏ ଇନିଂସରେ ୧୦ ଉଇକେଟ ନେଲେ ଏଜାଜ ପଟେଲ

ମୁମ୍ବାଇ,୪।୧୨: ନ୍ୟୁଜିଲାଣ୍ଡ ସ୍ପିନର ଏଜାଜ ପଟେଲ ଓ୍ବାଙ୍ଖଡେ ଷ୍ଟାଡିୟମରେ ଚାଲିଥିବା ଭାରତ ବିପକ୍ଷ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ସମସ୍ତ ୧୦ ଉଇକେଟ ହାସଲ କରିଛନ୍ତି। ଏଭଳି ସଫଳତା ପାଇବାରେ ସେ ବିଶ୍ୱର ୩ୟ ବୋଲର। ସେ ଏବେ ଇଂଲଣ୍ଡର ଜିମ ଲେକର ଓ ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେଙ୍କ ଭଳି ମହାନ ଖେଳାଳିଙ୍କ ତାଲିକାରେ ସାମିଲ ହୋଇଛନ୍ତି।

ଭାରତ ବିପକ୍ଷ ମୁମ୍ବାଇ ଟେଷ୍ଟର ପ୍ରଥମ ଦିନରେ ୪ ଉଇକେଟ ନେଇଥିବା ଏଜାଜ ଦ୍ୱିତୀୟ ଦିନରେ ଶତକ ହାସଲକାରୀ ମୟଙ୍କ ଅଗ୍ରଓ୍ବାଲଙ୍କ ସମେତ ୬ ଉଇକେଟ ହାତେଇଥିଲେ। ସେ ୪୭.୫ ଓଭରରେ ୧୧୯ ରନ୍‌ ଖର୍ଚ୍ଚ କରି ନେଇଥିଲେ ୧୦ ଉଇକେଟ।

ଏଥିପୂର୍ବରୁ ୧୯୫୬ରେ ଓଲ୍ଡ ଟ୍ରାଫର୍ଡର ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ୧୦ ଉଇକେଟ ନେଇଥିଲେ ଜିମ ଲେକର। ଏପରିକି ସେହି ମ୍ୟାଚ୍‌ରେ ସେ ମୋଟ ୧୯ ଉଇକେଟ ହାତେଇଥିଲେ। ପ୍ରଥମ ଇନିଂସରେ ୩୭ ରନ୍‌ ଦେଇ ୯ ଉଇକେଟ ନେଇଥିବା ବେଳେ ଦ୍ୱିତୀୟ ପାଳିରେ ୫୩ ରନ୍‌ରେ ୧୦ ଉଇକେଟ ହାସଲ କରିଥିଲେ।

ଅନିଲ କୁମ୍ବଲେଙ୍କ ୧୦ ଉଇକେଟ ଆସିଥିଲା ନୂଆଦିଲ୍ଲୀର ଫିରୋଜ ଶାହା କୋଟଲା ଷ୍ଟାଡିୟମ(ଏବେ ଅରୁଣ ଜେଟଲି ଷ୍ଟାଡିୟମ)ରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ। ସେ ଦ୍ୱିତୀୟ ଇନିଂସରେ ୭୪ ରନ୍‌ ବ୍ୟୟ କରି ୧୦ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ଅଜିତ ଅଗରକରଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ରୋହିତ ଶର୍ମାଙ୍କୁ ମିଳିଗଲା ‘ଅଭୟଦାନ’!

ମୁମ୍ବାଇ,୪।୯: ଟିମ ଇଣ୍ଡିଆର ଚିଫ ସିଲେକ୍ଟର ଅଜିତ ଅଗରକର ପୁଣିଥରେ ଚର୍ଚ୍ଚାରେ। ଗୁରୁବାର BCCIର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁମ୍ବାଇ ସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ…

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri