Posted inଖେଳ

ନ୍ୟୁଜିଲାଣ୍ଡର ବ୍ୟସ୍ତ ବହୁଳ କ୍ରିକେଟ କାର୍ଯ୍ୟସୂଚୀ

ଅକ୍‌ଲାଣ୍ଡ, ୩୦ା୯ (ପି.ଟି.)-କୋଭିଡ୍‌ ଯୋଗୁ ୬ମାସରୁ ଅଧିକ ଦିନ ପରେ ନ୍ୟୁଜିଲାଣ୍ଡରେ ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହେବ। ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ତରଫରୁ ଏଥିପାଇଁ ମଙ୍ଗଳବାର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ନଭେମ୍ବରରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି୨୦ ସିରିଜ ସହ ଏହା ଆରମ୍ଭ ହେବ। ନଭେମ୍ବରରେ ଓ୍ବେଷ୍ଟଇଣ୍ଡିଜ ଓ ପାକିସ୍ତାନ ପରେ ଫେବୃୟାରୀରେ ଅଷ୍ଟ୍ରେଲିଆ ଏବଂ ମାର୍ଚ୍ଚରେ ବାଂଲାଦେଶ ଟୁର୍‌ରେ ଆସିବା କାର୍ଯ୍ୟକ୍ରମ ରହିଛି। ସରକାର କିନ୍ତୁ ପ୍ରଥମ ଦୁଇଟି ଟିମ୍‌ର ଗସ୍ତକ୍ରମକୁ ଅନୁମୋଦନ ଦେଇ ସାରିଥିବା ଏନ୍‌ଜେଡ୍‌ସି ମୁଖ୍ୟ କାର୍ଯ୍ୟନିର୍ବାହୀ ଡେଭିଡ୍‌ ହ୍ବାଇଟ୍‌ କହିଛନ୍ତି। ଅନ୍ୟ ଦୁଇଟି ଟୁର୍‌ ପାଇଁ ସରକାର ଖୁବ୍‌ଶୀଘ୍ର ସବୁଜ ସଙ୍କେତ ଦେବେ ବୋଲି ସେ କହିଛନ୍ତି। ନଭେମ୍ବର ୨୭ରେ ଇଡେନ୍‌ପାର୍କଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚବିଶିଷ୍ଟ ସିରିଜ ଆରମ୍ଭ ହେବ। ସିରିଜ ଓପନର ପରେ ଅନ୍ୟ ଦୁଇଟି ମ୍ୟାଚ ନଭେମ୍ବର ୨୯ ଓ ନଭେମ୍ବର ୩୦ରେ ବେ’ ଓଭାଲଠାରେ ଖେଳାଯିବ। ଟି୨୦ ସିରିଜ ପରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦୁଇଟି ଟେଷ୍ଟ ମ୍ୟାଚ ଆୟୋଜନ କରିବ ନ୍ୟୁଜିଲାଣ୍ଡ। ପ୍ରଥମ ଟେଷ୍ଟ ଡିସେମ୍ବର ୩ରୁ ହାମିଲଟନର ସେଡନ ପାର୍କ ଏବଂ ଦ୍ୱିତୀୟଟି ଓ୍ବେଲିଂଟନ୍‌ର ରିଜର୍ଭ ବେସିନଠାରେ ଡିସେମ୍ବର୧୧ରୁ ଖେଳାଯିବ। ଓ୍ବେଷ୍ଟଇଣ୍ଡିଜ ସିରିଜ ପରେ ନ୍ୟୁଜିଲାଣ୍ଡ ଡିସେମ୍ବର ୧୮ରୁ ପାକିସ୍ତାନ ବିପକ୍ଷରେ ୩ ମ୍ୟାଚବିଶିଷ୍ଟ ଟି୨୦ ସିରିଜ ଖେଳିବ। ପରେ ତୌରଙ୍ଗାଠାରେ ଡିସେମ୍ବର ୨୬ରୁ ଏକ ଟେଷ୍ଟ ସିରିଜ ଖେଳିବ। ସେହିପରି ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚବିଶଷ୍ଟ ଏକ ଟି୨୦ ସିରିଜ ଫେବୃୟାରୀ ୨୨ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଖେଳାଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri