Posted inଖେଳ

ସପ୍ତମ ଟି୨୦ ବିଶ୍ୱକପ୍‌ ଖେଳିବେ ଗୁପ୍‌ଟିଲ

ଖ୍ରିଷ୍ଟଚର୍ଚ୍ଚ, ୨୧ା୯(ପି.ଟି.): ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ମଙ୍ଗଳବାର କେନ୍‌ ଓ୍ବିଲିୟମସନଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ବ୍ୟାଟିଂ ଷ୍ଟଲଓ୍ବାର୍ଟ ମାର୍ଟିନ ଗୁପ୍‌ଟିଲ ରେକର୍ଡ ୭ମ ଥର ଟି୨୦ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ଗତବର୍ଷ ଟି୨୦ ବିଶ୍ୱକପ୍‌ ଫାଇନାଲ ଖେଳିଥିବା ନ୍ୟୁଜିଲାଣ୍ଡ ଦଳରେ ୩ ପରିବର୍ତ୍ତନ କରାଯାଇଛି। ୩୫ ବର୍ଷୀୟ ଗୁପ୍‌ଟିଲଙ୍କୁ ଏଥିରେ ସ୍ଥାନ ମିଳିଛି। ଫିନ୍‌ ଆଲେନ୍‌ ଓ ମାଇକେଲ ବ୍ରେସ୍‌ଓ୍ବେଲ ସେମାନଙ୍କ ପ୍ରଥମ ସିନିୟର ବିଶ୍ୱକପ୍‌ ଖେଳିବେ। ଏହି ଦୁଇ ଜଣଙ୍କ ବ୍ୟତୀତ ଲୋକି ଫର୍ଗୁସନଙ୍କୁ ଗତ ଟି୨୦ ବିଶ୍ୱକପ୍‌ର ଅଂଶବିଶେଷ ରହିଥିବା କାଇଲ ଜେମିସନ, ଟଡ୍‌ ଆସ୍‌ଲେ ଓ ଟିମ୍‌ ସିଫର୍ଟଙ୍କ ସ୍ଥାନରେ ନିଆଯାଇଛି। ନିକଟରେ ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ଗ୍ରହଣ କରି ନ ଥିବା ଟ୍ରେଣ୍ଟ ବୋଲ୍ଟ ଓ ଜିମ୍ମି ନିଶାମଙ୍କୁ ଦଳରେ ସାମିଲ କରାଯାଇଛି। ବୋଲ୍ଟ, ଫର୍ଗୁସନ, ଟିମ୍‌ ସୌଦି ଓ ଆଡାମ୍‌ ମିଲ୍‌ନେଙ୍କୁ ନେଇ ନ୍ୟୁଜିଲାଣ୍ଡର ପେସ୍‌ ବାହିନୀ ବେଶ୍‌ ଶକ୍ତିଶାଳୀ। ଇଶ୍‌ ସୋଧି ସ୍ପିନ ଆଟାକ୍‌ର ନେତୃତ୍ୱ ନେବେ। ତାଙ୍କ ସହିତ ରହିବେ ବ୍ରେସ୍‌ଓ୍ବେଲ ଓ ମିଚେଲ ସାଣ୍ଟନର। ଗ୍ଲେନ ଫିଲିପ୍ସ, ଡେରିଲ ମିଚେଲ, ସାଣ୍ଟନର, ବ୍ରେସ୍‌ଓ୍ବେଲ ଓ ନିଶାମ ଉଭୟ ବ୍ୟାଟିଂ ଓ ବୋଲିଂରେ ଅବଦାନ ରଖିବେ। ଡେଭନ କନଓ୍ବେଙ୍କୁ ଫ୍ରଣ୍ଟଲାଇନ୍‌ ଉଇକେଟକିପର ଭାବେ ନିଆଯାଇଛି। ୟୁଏଇରେ ଏବଂ ନିକଟରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସେ ଭଲ ପ୍ରଦର୍ଶନ କରିଛନ୍ତି। ଓ୍ବିଲିୟମସନ ତୃତୀୟ ଥର ପାଇଁ ଆଇସିସି ଟି୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବେ। ଟି୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଅକ୍ଟୋବର ୨୨ରେ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ବିପକ୍ଷରେ ଏହାର ଓପନିଂ ମ୍ୟାଚ ଖେଳି ଟୁର୍ନାମେଣ୍ଟରେ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?