Posted inଖେଳ

ନ୍ୟୁଜିଲାଣ୍ଡର ରେକର୍ଡ ବିଜୟ

ବୁଲାଓ୍ବେଓ: ସ୍ଥାନୀୟ କୁଇନ୍ସ ସ୍ପୋଟର୍‌ସ କ୍ଲବଠାରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡ ଏକ ଇନିଂସ ଓ ୩୫୯ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଦଳ ଏଥିସହ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ ଜିତିନେଇଛି। କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡର ଏହା ହେଉଛି ସବୁଠାରୁ ବଡ଼ ବିଜୟ।

ପ୍ରଥମ ଇନିଂସରେ ୪୭୬ ରନରେ ପଛୁଆଥିବା ଜିମ୍ବାଓ୍ବେ ତୃତୀୟ ଦିବସ ଖେଳରେ ନ୍ୟୁଜିଲାଣ୍ଡ ପେସ୍‌ ବୋଲିଂ ଆକ୍ରମଣର ଉଚିିତ ମୁକାବିଲା କରି ନ ପାରି ଏହାର ଦ୍ୱିତୀୟ ଇନିଂସରେ ମାତ୍ର ୧୧୭ ରନ କରି ଅଲଆଉଟ ହୋଇଯାଇଥିଲା। ପ୍ରଥମ ଇନିଂସରେ ୪ ଉଇକେଟ ସଫଳତା ହାସଲ କରିଥିବା ନବାଗତ ଫାଷ୍ଟ ବୋଲର ଜାକାରି ଫୋଲକ୍ସ ଦ୍ୱିତୀୟ ଇନିଂସରେ ୩୭ରନ ବିନିମୟରେ ୫ ଉଇକେଟ ଅକ୍ତିଆର କରିଥିଲେ। ସ୍ମରଣୀୟ ଟେଷ୍ଟ ପଦାର୍ପଣରେ ସେ ଅଳ୍ପକେ ୧୦ ଉଇକେଟ ସଫଳତାରୁ ବଞ୍ଚିତ ହୋଇଥିଲେ।

ଫାଷ୍ଟ ବୋଲର ମ୍ୟାଟ ହେନ୍‌ରୀ (୨/୧୬), ଜାକବ ଡୁଫି (୨/୨୮) ଓ ମାଥ୍ୟୁ ଫିଶର (୧/୨୨) ମଧ୍ୟ ଉଇକେଟ ସଫଳତା ପାଇଥିଲେ। ଜିମ୍ବାଓ୍ବେ ୨୮.୧ ଓଭରରେ ଅଲଆଉଟ ହୋଇଯାଇଥିଲା। ସିରିଜରେ ଏହା ଥିଲା ଦଳର ସର୍ବନିମ୍ନ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri