Posted inଖେଳ

ନ୍ୟୁଜିଲାଣ୍ଡର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୦।୧୦: ଓ୍ବିଲ୍‌ ୟଙ୍ଗ୍‌, ରାଚିନ ରବୀନ୍ଦ୍ର ଓ ଅଧିନାୟକ ଟମ୍‌ ଲଥାମଙ୍କ ଅର୍ଦ୍ଧଶତକ ଏବଂ ମିଚେଲ ସାଣ୍ଟନରଙ୍କ ଅଲ୍‌ରାଉଣ୍ଡ ସଫଳତା ବଳରେ ନ୍ୟୁଜିଲାଣ୍ଡ ଚଳିତ ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି । ଉଦ୍‌ଘାଟନୀ ମ୍ୟାଚରେ ଇଂଲଣ୍ଡକୁ ୯ ଉଇକେଟରେ ହରାଇଥିବା ଏହି ଦଳ ସୋମବାର ନେଦରଲାଣ୍ଡ୍ସକୁ ୯୯ ରନରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ ୫୦ ଓଭରରେ ୭ ଉଇକେଟ ହରାଇ ୩୨୨ ରନର ବୃହତ୍‌ ସ୍କୋର ଛିଡ଼ା କରିଥିଲା। ଜବାବରେ ନେଦରଲାଣ୍ଡ୍ସ ୪୬.୩ ଓଭରରେ ୨୨୩ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ସାଣ୍ଟନର ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଦ୍ୱିତୀୟ ବିଜୟ ସହ ୪ ପଏଣ୍ଟ ପାଇ ନ୍ୟୁଜିଲାଣ୍ଡ ଟେବୁଲର ଶୀର୍ଷରେ ନିଜର ସ୍ଥାନ ଦୃଢ଼ କରିଛି। ଅନ୍ୟପକ୍ଷରେ ନେଦରଲାଣ୍ଡ୍ସ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି।
ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡର ଟପ୍‌ ଓ ମିଡିଲ ଅର୍ଡର ବ୍ୟାଟରମାନେ ଭଲ ଖେଳିଥିଲେ। ଶେଷ ଭାଗରେ ସାଣ୍ଟନର ମଧ୍ୟ ବିସ୍ଫୋରକ ବ୍ୟାଟିଂ କରି ୧୭ ବଲ୍‌ରୁ ୩୬ (୩ ଚୌକା, ୨ ଛକା) ରନ କରିବାରୁ ଦଳ ୩୦୦ ରନ ଅତିକ୍ରମ କରିଥିଲା। ଦଳ ପକ୍ଷରୁ ଓ୍ବିଲ ୟଙ୍ଗ ସର୍ବାଧିକ ୭୦, ରାଚିନ ୫୧, ଅଧିନାୟକ ଟମ୍‌ ଲଥାମ ୫୩, ଡାରିଲ ମିଚେଲ ୪୮ ଓ ଡେଭନ କନଓ୍ବେ ୩୨ ରନ କରିଥିଲେ। ପ୍ରଥମ, ଦ୍ୱିତୀୟ ଓ ଚତୁର୍ଥ ଉଇକେଟରେ ଅର୍ଦ୍ଧଶତକୀୟ ଭାଗୀଦାରି ଯୋଗୁ ନ୍ୟୁଜିଲାଣ୍ଡ ବଡ଼ ସ୍କୋର ଆଡ଼କୁ ମୁହାଁଇଥିଲା। ନେଦରଲାଣ୍ଡ୍ସ ପକ୍ଷରୁ ଆର୍ଯ୍ୟନ ଦତ୍ତ, ଭାନ୍‌ ମେକେରେନ ଓ ଭାନ୍‌ ଡର ମେରଓ୍ବେ ୨ଟି ଲେଖାଏ ଏବଂ ବାସ୍‌ ଡି ଲିଡ୍‌ ଗୋଟିଏ ଉଇକେଟ ନେଇଥିଲେ। ବଡ଼ ସ୍କୋରକୁ ଚେଜ୍‌ କରିବାର ଚାପ ନେଦରଲାଣ୍ଡ୍ସ ଇନିଂର ଆରମ୍ଭରୁ ଅନୁଭୂତ ହୋଇଥିଲା। କେବଳ କଲିନ ଆକରମାନଙ୍କୁ ଛାଡ଼ିଦେଲେ ଅନ୍ୟ ସମସ୍ତ ବ୍ୟାଟର ଦିଗହରା ବ୍ୟାଟିଂ କରିଥିଲା। ଫଳରେ ନିୟମିତ ବ୍ୟବଧାନରେ ଉଇକେଟ ପଡ଼ି ଚାଲିଥିଲା। ଆକରମାନ ସର୍ବାଧିକ ୬୯ ଓ ଅଧିନାୟକ ସ୍କଟ ଏଡଓ୍ବାଡର୍‌ସ ୩୦ ରନର ଯୋଗଦାନ ଦେଇଥିଲେ। ନ୍ୟୁଜିଲାଣ୍ଡ ବୋଲରଙ୍କ ମଧ୍ୟରେ ମିଚେଲ ୫୯ ରନ ବିନିମୟରେ ୫ ଉଇକେଟ ସଫଳତା ପାଇଥିବାବେଳେ ମ୍ୟାଟ୍‌ ହେନରିଙ୍କୁ ୩ ଓ ରାଚିନ ରବୀନ୍ଦ୍ରଙ୍କୁ ଗୋଟିଏ ଉଇକେଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?