ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣା ତଦନ୍ତ ଆରମ୍ଭ କରିଛି। ତେବେ ମୃତଦେହ ସେଠାକୁ କିପରି ଆସିଲା ସେ ନେଇ କୌଣସି ସୂଚନା ମିଳିନାହିଁ।

ସୂଚନା ଅନୁଯାୟୀ, ରବିବାର ପାଖ ଅଞ୍ଚଳର କେତେଜଣ ଲୋକ ଗୋରୁ ନେଇ ଯାଉଥିଲେ। ସେମାନେ ନିକଟସ୍ଥ ପୋଖରୀହୁଡ଼ାରେ ଥିବା ଏକ ଖଜୁରି ଗଛ ମୂଳେ ଜଣେ ନବଜାତ ଶିଶୁପୁତ୍ର ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ଗ୍ରାମବାସୀ, ସମିତି ସଭ୍ୟ ରାମ ସିଂ ପୂଜାରୀଙ୍କୁ ଜଣାଇଥିଲେ।

ସମିତି ସଭ୍ୟ ପୂଜାରୀ ଓ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ଡିଏସ୍‌ପି ରମାକାନ୍ତ ସାଏ, ଏଏସ୍‌ଆଇ ନରେନ୍ଦ୍ର ଗୋଲାପୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଉମରକୋଟ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ପରେ ମୃତଦେହ ଶତ୍କାର କରାଯାଇଛି। କେସ୍‌ ନଂ ୬/୨୬ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ପୋଲିସ ସୂଚନା ଦେଇଛି। ତେବେ ଏପରି ଅମାନବୀୟ କାଣ୍ଡ ଘଟାଇଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri