ହସ୍ପିଟାଲ ଲାଟ୍ରିନ୍‌ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ମହିଳା ମେଡିସିନ୍‌ ୱାର୍ଡ ଲାଟ୍ରିନ୍‌ରେ ପଡିଥିବା ଏକ ନବଜାତ ଶିଶୁକନ୍ୟାକୁ ହସ୍ପିଟାଲ କର୍ତ୍ତୃପକ୍ଷ ଉଦ୍ଧାର କରିଥିଲେ। କିଭଳି ପରିସ୍ଥିତିରେ ଲାଟ୍ରିନ୍‌ ଭିତରେ କିଏ ଶିଶୁକୁ ଛାଡି ପଳାଇଛି, ତାକୁ ନେଇ ପୋଲିସ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ତନାଘନା ଚଳାଇଛନ୍ତି। ସିସିଟିଭି ଯାଞ୍ଚ କରାଯାଉଛି। ଉଦ୍ଧାର ଶିଶୁକନ୍ୟାର ସ୍ବାସ୍ଥ୍ୟାବସ୍ଥା ଭଲ ନଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ମୁତାବକ ଶନିବାର ସକାଳ ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ମହିଳା ମେଡିସିନ୍‌ ୱାର୍ଡର ଏକ ଲାଟ୍ରିନ୍‌ରେ ଏକ ଶିଶୁ କାନ୍ଦୁଥିବା ଶୁଣାଯାଇଥିଲା। ରୋଗୀ ପରିଜନ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ଏହା ଜାଣିବା ପରେ ଉପରିସ୍ଥ ଅଧିକାରୀଙ୍କୁ ଖବର ଦେଇଥିଲେ। ଶିଶୁକୁ ତୁରନ୍ତ ଉଦ୍ଧାର କରାଯାଇ ଏସ୍‌ଏନ୍‌ସିୟୁରେ ରଖାଯାଇଛି। ଶିଶୁର ଓଜନ ମାତ୍ର ୯ ଶହ ଗ୍ରାମ ରହିଛି। ମେଡିକାଲ କଲେଜ ହସ୍ପିଟାଲ ଅଧୀକ୍ଷକ ଡା. ମାନସୀ ପଣ୍ଡା ଉଦ୍ଧାର ଶିଶୁର ସ୍ଥିତି ଗମ୍ଭୀର ରହିଛି ବୋଲି କହିଛନ୍ତି। କିଏ, କିଭଳି ପରିସ୍ଥିତିରେ ଲାଟ୍ରିନ୍‌ରେ ଶିଶୁକନ୍ୟାକୁ ଛାଡି ଯାଇଛନ୍ତି ସେ ନେଇ ପୋଲିସ ଯାଞ୍ଚ କରାଯାଉଛି ବୋଲି କହିଛନ୍ତି। ସିସିଟିଭି ଯାଞ୍ଚ କରାଯିବାରୁ ମହିଳା ମେଡିସିନ୍‌ ୱାର୍ଡକୁ ଜଣେ ଯୁବତୀ ଏବଂ ଜଣେ ଯୁବକ ମୁହଁକୁ ସମ୍ପୂର୍ଣ୍ଣ ଘୋଡେଇ ହୋଇ ଆସିଥିବା ଏବଂ ଲାଟ୍ରିନ୍‌ ଭିତରୁ ବାହାରି ପଳାଇ ଯାଉଥିବା ଦେଖିବାକୁ ମିଳିଥିବା ଜଣାପଡିଛି। ଏହି ଦୁଇ ଯୁବତୀ ଏବଂ ଯୁବକ କିଏ ତାକୁ ନେଇ ପୋଲିସ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ଯାଞ୍ଚ କରୁଛନ୍ତି। ଘଟଣା ସମ୍ପର୍କରେ ଜଣାପଡିବା ପରେ ଜିଲା ଶିଶୁ କଲ୍ୟାଣ ସମିତି (ସିଡବ୍ଳ୍ୟୁସି) ଟିମ୍‌ ହସ୍ପିଟାଲରେ ପହଞ୍ଚତ୍ ଉଦ୍ଧାର ଶିଶୁକନ୍ୟା ସମ୍ପର୍କରେ ତଥ୍ୟ ସଂଗ୍ରହ କରିଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂଙ୍କୁ ପଚରାଯିବାରୁ ଘଟଣା ସମ୍ପର୍କରେ ଖବର ପାଇବା ପରେ ସିଡବ୍ଳ୍ୟୁସି ଏବଂ ଡିସିପିୟୁ ଟିମ୍‌ ହସ୍ପିଟାଲ ଯାଇ ତଦାରଖ କରିଛନ୍ତି ବୋଲି ସେ କହିଛନ୍ତି। ଏନେଇ ଟାଉନ୍‌ ଥାନା ଆଇଆଇସି ବିଶ୍ୱଜିତ ମନବୋଧଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ତଦନ୍ତ ଚାଲିଛ, ସିସିଟିଭି ଯାଞ୍ଚ କରାଯାଉଛି। ସେଥିରୁ ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri