ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ମହିଳା ମେଡିସିନ୍ ୱାର୍ଡ ଲାଟ୍ରିନ୍ରେ ପଡିଥିବା ଏକ ନବଜାତ ଶିଶୁକନ୍ୟାକୁ ହସ୍ପିଟାଲ କର୍ତ୍ତୃପକ୍ଷ ଉଦ୍ଧାର କରିଥିଲେ। କିଭଳି ପରିସ୍ଥିତିରେ ଲାଟ୍ରିନ୍ ଭିତରେ କିଏ ଶିଶୁକୁ ଛାଡି ପଳାଇଛି, ତାକୁ ନେଇ ପୋଲିସ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ତନାଘନା ଚଳାଇଛନ୍ତି। ସିସିଟିଭି ଯାଞ୍ଚ କରାଯାଉଛି। ଉଦ୍ଧାର ଶିଶୁକନ୍ୟାର ସ୍ବାସ୍ଥ୍ୟାବସ୍ଥା ଭଲ ନଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ମୁତାବକ ଶନିବାର ସକାଳ ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ମହିଳା ମେଡିସିନ୍ ୱାର୍ଡର ଏକ ଲାଟ୍ରିନ୍ରେ ଏକ ଶିଶୁ କାନ୍ଦୁଥିବା ଶୁଣାଯାଇଥିଲା। ରୋଗୀ ପରିଜନ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ଏହା ଜାଣିବା ପରେ ଉପରିସ୍ଥ ଅଧିକାରୀଙ୍କୁ ଖବର ଦେଇଥିଲେ। ଶିଶୁକୁ ତୁରନ୍ତ ଉଦ୍ଧାର କରାଯାଇ ଏସ୍ଏନ୍ସିୟୁରେ ରଖାଯାଇଛି। ଶିଶୁର ଓଜନ ମାତ୍ର ୯ ଶହ ଗ୍ରାମ ରହିଛି। ମେଡିକାଲ କଲେଜ ହସ୍ପିଟାଲ ଅଧୀକ୍ଷକ ଡା. ମାନସୀ ପଣ୍ଡା ଉଦ୍ଧାର ଶିଶୁର ସ୍ଥିତି ଗମ୍ଭୀର ରହିଛି ବୋଲି କହିଛନ୍ତି। କିଏ, କିଭଳି ପରିସ୍ଥିତିରେ ଲାଟ୍ରିନ୍ରେ ଶିଶୁକନ୍ୟାକୁ ଛାଡି ଯାଇଛନ୍ତି ସେ ନେଇ ପୋଲିସ ଯାଞ୍ଚ କରାଯାଉଛି ବୋଲି କହିଛନ୍ତି। ସିସିଟିଭି ଯାଞ୍ଚ କରାଯିବାରୁ ମହିଳା ମେଡିସିନ୍ ୱାର୍ଡକୁ ଜଣେ ଯୁବତୀ ଏବଂ ଜଣେ ଯୁବକ ମୁହଁକୁ ସମ୍ପୂର୍ଣ୍ଣ ଘୋଡେଇ ହୋଇ ଆସିଥିବା ଏବଂ ଲାଟ୍ରିନ୍ ଭିତରୁ ବାହାରି ପଳାଇ ଯାଉଥିବା ଦେଖିବାକୁ ମିଳିଥିବା ଜଣାପଡିଛି। ଏହି ଦୁଇ ଯୁବତୀ ଏବଂ ଯୁବକ କିଏ ତାକୁ ନେଇ ପୋଲିସ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ଯାଞ୍ଚ କରୁଛନ୍ତି। ଘଟଣା ସମ୍ପର୍କରେ ଜଣାପଡିବା ପରେ ଜିଲା ଶିଶୁ କଲ୍ୟାଣ ସମିତି (ସିଡବ୍ଳ୍ୟୁସି) ଟିମ୍ ହସ୍ପିଟାଲରେ ପହଞ୍ଚତ୍ ଉଦ୍ଧାର ଶିଶୁକନ୍ୟା ସମ୍ପର୍କରେ ତଥ୍ୟ ସଂଗ୍ରହ କରିଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂଙ୍କୁ ପଚରାଯିବାରୁ ଘଟଣା ସମ୍ପର୍କରେ ଖବର ପାଇବା ପରେ ସିଡବ୍ଳ୍ୟୁସି ଏବଂ ଡିସିପିୟୁ ଟିମ୍ ହସ୍ପିଟାଲ ଯାଇ ତଦାରଖ କରିଛନ୍ତି ବୋଲି ସେ କହିଛନ୍ତି। ଏନେଇ ଟାଉନ୍ ଥାନା ଆଇଆଇସି ବିଶ୍ୱଜିତ ମନବୋଧଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ତଦନ୍ତ ଚାଲିଛ, ସିସିଟିଭି ଯାଞ୍ଚ କରାଯାଉଛି। ସେଥିରୁ ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ବଲାଙ୍ଗୀର View All
ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ
ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…
ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ
ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…
ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଛାତ୍ରୀଛାତ୍ର
ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…
ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍, ହୁ ହୁ ହୋଇ ବଢିବ ଧନ!
ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…
ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…
ଧର୍ମାନ୍ତରୀକରଣ
ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…
ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ
ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…
ଏମ୍ଏମ୍ଡିଆର୍ ସଂଶୋଧନ ଆଇନକୁ ନେଇ ରାଜନୀତି
ଭୁବନେଶ୍ୱର,୨୩ା୮(ସୁନିତ୍ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍ଏମ୍ଡିଆର୍ ସଂଶୋଧନ ଆଇନ-୨୦୨୬ ବିଲ୍ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…
Archives

