ଜମିରୁ ମହିଳାଙ୍କଠାରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ମହାକାଳପଡ଼ା,୨୯ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଳାଇଲୋ ଗ୍ରାମ ଚାଷ ଜମି ମଝି ରାସ୍ତାରୁ ଗୁରୁବାର ଜଣେ ମହିଳାଙ୍କଠାରୁ ସଦ୍ୟ ନବଜାତ ଶିଶୁକନ୍ୟାକୁ ଗାଁର ଦୁଇଜଣ ଯୁବକ ଉଦ୍ଧାର କରିଛନ୍ତି। ଖବରପାଇ ମହାକାଳପଡ଼ା ଥାନା ପୋଲିସ ପହଞ୍ଚତ୍ ୧୦୮ ଆମ୍ବୁଲାନ୍ସ ଯୋଗେ ନବଜାତ ଶିଶୁକନ୍ୟାକୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଅଳାଇଲୋ ଗାଁଠାରୁ କେନ୍ଦ୍ରାପଡ଼ା ସଦର ଥାନା ମଧୁରକୂଳ ପର୍ଯ୍ୟନ୍ତ ୩ କିମି ଗହୀର ମଝିରେ ମହିଳା ଜଣକ ନବଜାତ ଶିଶୁକନ୍ୟାର ନାହି ଲାଗିଥିବା ଅବସ୍ଥାରେ ଧରି ଯାଉଥିଲେ। ଗ୍ରାମର ସନାତନ ସେଠୀ ଓ ବୈଦ୍ୟନାଥ ସେଠୀଙ୍କ ସନ୍ଦେହ ହେବାରୁ ମହିଳାଙ୍କୁ ଏହି ନବଜାତ ଶିଶୁକନ୍ୟା ସମ୍ପର୍କରେ ପଚରାଉଚୁରା କରିଥିଲେ। ମହିଳା ଜଣକ କହିବା କଥା ଗୁରୁବାର ପୂର୍ବାହ୍ନ ୧୦ଟାରେ ମଝି ବିଲରେ ଶିଶୁକନ୍ୟାକୁ ସେ ଜନ୍ମ ଦେଇଥିଲେ। ତେବେ ମହିଳା ଏହି ଶିଶୁକନ୍ୟା ଜନ୍ମ କରିବା ପାରିପାର୍ଶ୍ୱିକ ପରିସ୍ଥିତିରୁ ଜଣାପଡୁ ନ ଥିବା ଦେଖିବାକୁ ମିଳିଛି। ଏହି ଘଟଣା ପ୍ରଚାରିତ ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ଏ ସମ୍ପର୍କରେ ମହିଳାଙ୍କୁ ପଚାରିବାରୁ ନିଜ ନାମ ମନସ୍ମିତା ଜେନା (୪୦) ଓ ସ୍ବାମୀ ଧୀରେନ ପ୍ରଧାନ ବୋଲି କହିଛନ୍ତି। ମହିଳାଙ୍କ ଘର ମାର୍ଶାଘାଇ ଥାନା ଅଞ୍ଚଳରେ ହୋଇଥିବା ବେଳେ ଶାଶୁଘର କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳରେ ବୋଲି କହିଛନ୍ତି। ଏହାର ତଦନ୍ତ କରାଗଲେ ଖରାବେଳେ ଜମି ରାସ୍ତାରେ ମନସ୍ମିତା ଶିଶୁକନ୍ୟାକୁ କୁଆଡେ ନେଉଥିଲେ ତାହା ଜଣାପଡିବ। ସେ ତାଙ୍କର କନ୍ୟା ନଁା ଆଉ କାହାର ତାହା ସନ୍ଦେହ ଘେରରେ ରହିଛି। ଏ ସମ୍ପର୍କରେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସାଧିକାରୀ ମନୋଜ କୁମାର ପଣ୍ଡାଙ୍କୁ ପଚାରିବାରେ କେନ୍ଦ୍ରାପଡ଼ାରେଏକ ମିଟିଂ ଅଛି। ଖବର ଯାହା ମିଳିଛି ଶିଶୁଟିର ରକ୍ତସ୍ରାବ ହେଉଥିଲା। ଅଧିକ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri