ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜି ସକାଳ ପ୍ରାୟ ୯ଟା ବେଳେ ଜଣେ ମହିଳା ପାଇଖାନାକୁ ଯାଇଥିବା ସମୟରେ ପ୍ୟାନ ଭିତରେ ଶିଶୁକନ୍ୟାର ମୃତଦେହ ପଡ଼ିଥିବା ଦେଖିଥିଲେ। ଏନେଇ ତୁରନ୍ତ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବା ପରେ ଘସିପୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା।
ଘଟଣାକୁ ନେଇ ଘସିପୁରା ଥାନାରେ ଅପମୃତ୍ୟୁ ମାମଲା ନଂ ୨୮/୨୦୨୬ ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ମୃତ ନବଜାତ ଶିଶୁକନ୍ୟାର ରକ୍ତ ନମୁନା ଓ ଅନ୍ୟାନ୍ୟ ଆବଶ୍ୟକ ଜୈବିକ ନମୁନା ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ସଂଗ୍ରହ କରାଯାଇ ଡିଏନ୍ଏ ପରୀକ୍ଷା ପାଇଁ ସଂରକ୍ଷିତ ରଖାଯାଇଛି।
ଡାକ୍ତରଖାନା ଅଧୀକ୍ଷକ ଡାକ୍ତର କୃଷ୍ଣଚନ୍ଦ୍ର ଦାଶ କହିଛନ୍ତି ଯେ, ଘଟଣା ସମ୍ପର୍କରେ ପାଲିସକୁ ସୂଚନା ଦିଆଯାଇଛି ଏବଂ ସିସିଟିଭି ଫୁଟେଜ୍ ଯାଞ୍ଚ କରାଯାଉଛି। ମହିଳା ଓ୍ବାର୍ଡରେ ଥିବା କିଛି ରୋଗୀଙ୍କ ସମ୍ପର୍କୀୟଙ୍କ କହିବା ଅନୁସାରେ, ଭୋର୍ ପ୍ରାୟ ୫ଟାରେ ଜଣେ ଅଜଣା ମହିଳା ସେହି ଅଞ୍ଚଳକୁ ଆସିଥିଲେ ଓ କିଛି ସମୟ ପରେ ତରବରିଆ ଭାବେ ସେଠାରୁ ଚାଲିଯାଇଥିଲେ।
ସିସିଟିଭି ଫୁଟେଜ୍, ଡିଏନ୍ଏ ପରୀକ୍ଷା ଓ ଅନ୍ୟାନ୍ୟ ବୈଜ୍ଞାନିକ ତଦନ୍ତ ରିପୋର୍ଟ ଆସିବା ପରେ ଘଟଣାର ପ୍ରକୃତ ସତ୍ୟ ପଦାକୁ ଆସିବ ବୋଲି ଏସ୍ଡିପିଓ କମଳ ଲୋଚନ ପଣ୍ଡା କହିଛନ୍ତି ତଦନ୍ତ ମଧ୍ୟ ଜାରି ରହିଛି।
ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…
ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା
ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…
ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍ଫେଡ ଆଇସକ୍ରିମ୍ ଓ ପାଣି
ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍ଫେଡ୍ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…
ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ
ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…
ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା
ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…
ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ
ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…
ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..
ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍ ପେପର ଲିକ୍ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…
ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍ ସଜାଗ
ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…
ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ
ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

