Posted inଜାତୀୟ

ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ

ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ ରଖିବାରୁ ତାଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ରାଧାରମଣ ରୋଡ୍‌ସ୍ଥିତ ଶ୍ରୀ ସାଇ ହସ୍ପିଟାଲରେ ଗ୍ରାମର ବିମଳେଶ କୁମାରଙ୍କ ସ୍ତ୍ରୀ ରୀତା ଦେବୀ ଏକ ଶିଶୁ କନ୍ୟା ଜନ୍ମ ଦେଇଥିଲେ। ତେବେ ଗୁରୁବାର ନବଜାତ ଶିଶୁକନ୍ୟାର କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖାଯିବାରୁ ପରିବାର ଲୋକେ ଉକ୍ତ ହସ୍ପିଟାଲର ଜଣେ ଡାକ୍ତରଙ୍କ ପରାମର୍ଶ ନେଇଥିଲେ। ପ୍ରତ୍ୟକ୍ଷ ସୂର୍ଯ୍ୟକିରଣରେ ନବଜାତ ଶିଶୁକନ୍ୟାଙ୍କୁ ଅଧ ଘଣ୍ଟା ପର୍ଯ୍ୟନ୍ତ ରଖିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ପରିବାର ଲୋକେ ଶୁକ୍ରବାର ପ୍ରଚଣ୍ଡ ଖରା ହେଉଥିବା ବେଳେ ନବଜାତକଙ୍କୁ ଛାତ ଉପରେ ଶୁଆଇଦେଇ ଚାଲି ଆସିଥିଲେ। ଅଧଘଣ୍ଟା ପରେ ପରିବାର ଲୋକେ ଶିଶୁକନ୍ୟାଙ୍କୁ ନେବାପାଇଁ ଆସିଲାବେଳକୁ ସେ ଆଖିବୁଜି ସାରିଥିଲୋ। ପରିବାର ଲୋକେ ଉତ୍ତ୍ୟକ୍ତ ହୋଇ ଶ୍ରୀ ସାଇ ହସ୍ପିଟାଲରେ ପହଞ୍ଚି ବିରୋଧ କରିବାରୁ ପରାମର୍ଶ ଦେଇଥିବା ଡାକ୍ତର ହସ୍ପିଟାଲରୁ ଫେରାର ହୋଇଯାଇଥିଲେ। ତେବେ ସମ୍ପୂର୍ଣ୍ଣ ଘଟଣାର ତଦନ୍ତ ଚାଲିଛି ଏବଂ ଏହାପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୈନପୁରି ଜିଲାର ମୁଖ୍ୟ ଚିକିତ୍ସା ଅଧିକାରୀ(ସିଏମ୍‌ଓ) ଆର. ସି. ଗୁପ୍ତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri