କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏବେ ବି ଅଲୋଡା ଶିଶୁକନ୍ୟା। ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲର ଏକ ଡଷ୍ଟବିନରୁ ଏକ ନବଜାତ ଶିଶୁର ମୃତଦେହ ମିଳିଛି।

ହସ୍ପିଟାଲର ଶିଶୁ ବିଭାଗ ୱାର୍ଡ ନିକଟରେ ଥିବା ଏକ ଡଷ୍ଟବିନରୁ ନବଜାତକୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ଡାକ୍ତରଖାନା ଆସିଥିବା କିଛି ଲୋକ ମୃତଦେହକୁ ଡଷ୍ଟବିନରେ ଦେଖି ତୁରନ୍ତ ସମ୍ପୃକ୍ତ ଅଧିକାରୀଙ୍କୁ ଜଣାଇଥିଲେ।

ଖୁବ ଶୀଘ୍ର ହସ୍ପିଟାଲ କର୍ତ୍ତୃପକ୍ଷ ଏହି ଘଟଣାକୁ କ୍ୟାପିଟାଲ ପୋଲିସକୁ ଜଣାଇଥିଲେ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ତେବେ ନବଜାତ ଶିଶୁଟିର ମୃତଦେହକୁ କିଏ ଡଷ୍ଟବିନରେ ପକାଇ ଦେଇଛି ଜାଣିବା ପାଇଁ ଡାକ୍ତରଖାନା କର୍ତ୍ତୃପକ୍ଷ ସିସିଟିଭି ଫୁଟେଜ ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri