ନବଜାତକଙ୍କ ଫୁଟ୍‌ ପ୍ରିଣ୍ଟ୍‌ ନିଆଯିବା ସହ ଟ୍ୟାଗ୍‌ ଲଗାଯିବ

ଭୁବନେଶ୍ୱର, ୭।୧୦(ଅସମାପିକା ସାହୁ): କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଡିଏନ୍‌ଏ ରିପୋର୍ଟ ଆସିବା ପରେ ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କର ପୁଅ ନୁହେଁ, ଝିଅ ହୋଇଥିବା ସ୍ପଷ୍ଟ ହୋଇଛି। ତେବେ ଏଭଳି ଘଟଣା ପାଇଁ ହସ୍ପିଟାଲ ବଦନାମ ହୋଇଥିବାରୁ ଆଗକୁ ଯେପରି ଏହା ନ ଘଟିବ ସେଥିପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ। ଏଣିକି ନବଜାତଙ୍କ ଗୋଡ଼ରେ ଟ୍ୟାଗ୍‌ ଲାଗିବ। ଜନ୍ମ ହେବା ମାତ୍ରେ ଫୁଟ୍‌ ପ୍ରିଣ୍ଟ ରଖାଯିବ। ଝିଅ କିମ୍ବା ପୁଅ ହୋଇଥିଲେ ଆଟେଣ୍ଡାଣ୍ଟମାନେ ଡାକ୍ତରଙ୍କ ପାଖରୁ ଖବର ନେଇ ପରିବାରକୁ ଦେବେ। ଫଳରେ ଆଉ ଭୁଲ୍‌ ମେସେଜ ଯିବ ନାହିଁ ବୋଲି ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି। ଏଥିସହ ଶିଶୁ ବଦଳ ନେଇ ମିଥ୍ୟା ଅଭିଯୋଗ ଆଣିଥିବା ପ୍ରାଣକୃଷ୍ଣଙ୍କ ଉପରେ କ୍ଷୋଭ ପ୍ରକାଶ କରି ସେ କହିଛନ୍ତି, ଜଣେ ଲୋକଙ୍କ ହୀନ ମାନସିକତା ଓ ଅବାଞ୍ଝିତ ମନ୍ତବ୍ୟ ପାଇଁ ହସ୍ପିଟାଲ ବଦନାମ ହେଲା। ପୋଲିସଠାରୁ ଆରମ୍ଭ କରି କୋର୍ଟ ସମସ୍ତଙ୍କ ସମୟ ନଷ୍ଟ ହେଲା। ଏଭଳି କାର୍ଯ୍ୟ କରି ଯେଉଁ ବ୍ୟକ୍ତି ହସ୍ପିଟାଲକୁ ବଦନାମ କରିଛନ୍ତି ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ହୋଇପାରିବ ବୋଲି ନିର୍ଦ୍ଦେଶକ ସାହୁ କହିଛନ୍ତି। ସେପଟେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଏଭଳି ମନ୍ତବ୍ୟ ପରେ ପ୍ରାଣକୃଷ୍ଣ ନିଜ ପ୍ରତିକ୍ରିୟାରେ କହିଛନ୍ତି, ହସ୍ପିଟାଲରେ ମୋତେ ମିଛ ସୂଚନା ଦିଆଯିବାରୁ ମୁଁ ଡିଏନ୍‌ଏ ଟେଷ୍ଟ ପାଇଁ ବାଧ୍ୟ କଲି। ସେମାନେ ମୋତେ ଦୁଇ ପ୍ରକାର କଥା କାହିଁକି କହିଲେ। ତେଣୁ ମଁୁ ହସ୍ପିଟାଲ ନାଁରେ ମାନହାନୀ କେସ୍‌ କରିପାରିବି ବୋଲି ପ୍ରାଣକୃଷ୍ଣ କହିଛନ୍ତି।ସୂଚନାଯୋଗ୍ୟ, କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ହୋଇଥିବା ନେଇ ଗତ ସେପ୍ଟେମ୍ବର ୨୬ରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ଅଭିଯୋଗ ଆଣିଥିଲେ। ପ୍ରଥମେ ପୁଅ ଜନ୍ମ ହୋଇଥିବା କହି ପରେ ଝିଅ ଦିଆଯାଇଥିବାରୁ ସନ୍ଦେହ କରି କ୍ୟାପିଟାଲ ହସ୍ପିଟାଲ ଓ କ୍ୟାପିଟାଲ ଥାନାରେ ଏପରି ଅଭିଯୋଗ ଆଣିବା ସହ ଡିଏନ୍‌ଏ ଟେଷ୍ଟ ପାଇଁ ଦାବି କରିଥିଲେ। ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ନେତୃତ୍ୱରେ ଗଠିତ ଟିମ୍‌ ଏହାର ତଦନ୍ତ କରି ପ୍ରାଣକୃଷ୍ଣଙ୍କର ଝିଅ ହୋଇଥିବା ସ୍ପଷ୍ଟ କରିଥିଲା। ହେଲେ ପ୍ରାଣକୃଷ୍ଣ ଡିଏନ୍‌ଏ ଟେଷ୍ଟ ପାଇଁ ଅଡି ବସିବାରୁ ଥାନା ପକ୍ଷରୁ ଏନେଇ କୋର୍ଟଙ୍କଠାରୁ ଅନୁମତି ଅଣାଯାଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri