Posted inଜାତୀୟ

ନେହେରୁଙ୍କ ସହ ନିଜ ପିତାଙ୍କ ଫଟୋ ଶେୟାର କଲେ ସିଦ୍ଧୁ

ଚଣ୍ଡିଗଡ଼,୧୯ ।୭: ପଞ୍ଜାବ କଂଗ୍ରେସର ନବ ନିଯୁକ୍ତ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ସୋମବାର ଦଳ ହାଇକମାଣ୍ଡଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଉ କହିଛନ୍ତି ମୁଁ ବିଜୟ ପଞ୍ଜାବ ମିଶନକୁ ସମ୍ପୂର୍ଣ୍ଣ କରିବାକୁ କାମ କରିବି । ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଧନ୍ୟବାଦ ଜଣାଇବା ସହ ସମାନଙ୍କ ନିକଟରେ ଋଣି ବୋଲି କହିଛନ୍ତି । କଂଗ୍ରେସର ତାଙ୍କ ଉପରେ ଏତେ ଭରସା ରହିଛି ବୋଲି ଦଳ ପକ୍ଷରୁ ତାଙ୍କୁ ଗୁରୁଦାୟିତ୍ୱ ଦିଆଯାଇଥିବା ସେ କହିଛନ୍ତି । ସେ କହିଛନ୍ତି ପଞ୍ଜାବ ମଡେଲ ଓ ହାଇକମାଣ୍ଡଙ୍କୁ ୧୮ ସୂତ୍ରୀ ଏଜେଣ୍ଡା ମାଧ୍ୟମରେ ଲୋକଙ୍କୁ ଶାସନ କ୍ଷମତା ଫେରାଇ ଦେବାଲାଗି ସେ ବିନମ୍ର ଭାବେ ଜଣେ ଦଳୀୟ କାର୍ଯ୍ୟକର୍ତ୍ତା ଭାବେ କାମ କରିବେ । ନେହେରୁଙ୍କ ସହ ତାଙ୍କ ପିତାଙ୍କ ଫଟୋ ଶେୟାର କରି ସେ କହିଛନ୍ତି ମୋ ପିତା ଜଣେ କଂଗ୍ରେସ କର୍ମୀଥିଲେ । ହେଲେ ପରେ ସେ ରାଜନୀତି ଛାଡି ଦେଶସେବାରେ ମନ ବଳାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?