Posted inଜାତୀୟ

ଦିଲ୍ଲୀ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ: ଶପଥ ନେଲେ କାମଚଳା ବାଚସ୍ପତି

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀରେ ଭାଜପାର ନୂଆ ସରକାର ଗଠନ ପରେ ପ୍ରଥମ ବିଧାନସଭା ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅଧିବେଶନ ୩ ଦିନ ଧରି ଚାଲିବ।

ଅଧିବେଶନର ପ୍ରଥମ ଦିନରେ କାମଚଳା ବାଚସ୍ପତି ଭାବେ ଅରବିନ୍ଦର ସିଂ ଲଭଲି ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ରାଜ୍ୟପାଳ ଭିକେ ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ବାଚସ୍ପତିଙ୍କ ଶପଥ ଗହଣ ପରେ ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏବଂ ଉପମୁଖ୍ୟମନ୍ତ୍ରୀ ପରଭେଶ ବର୍ମା ମଧ୍ୟ ଶପଥ ନେଇଥିଲେ।

ସୂଚନା ଯୋଗ୍ୟ, ଲେଫ୍ଟନାଣ୍ଟ ଗଭର୍ଣ୍ଣର (ଏଲ୍‌ଜି) ଭିକେ ସାକ୍ସେନା ଫେବୃଆରୀ ୨୫ରେ ବିଧାନସଭାକୁ ସମ୍ବୋଧିତ କରିବେ, ପରେ ଗୃହରେ ସିଏଜି ରିପୋର୍ଟ ଉପସ୍ଥାପନ କରାଯିବ ଜଣାପଡିଛି।

ଅନ୍ୟପକ୍ଷେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କାଲକାଜି ବିଧାୟିକା ଆତିଶୀଙ୍କୁ ବିଧାନସଭାର ବିରୋଧୀ ଦଳ ନେତା ମନୋନୀତ କରାଯାଇଛି। ରବିବାର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକମାନଙ୍କ ବୈଠକ ବସି ଆତିଶୀଙ୍କୁ ବିରୋଧୀ ଦଳ ନେତା ନିଯୁକ୍ତ କରିବା ପାଇଁ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଛି।

ବୈଠକରେ ୨୨ ନବନିର୍ବାଚିତ ବିଧାୟକଙ୍କ ସହ ଆପ୍‌ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଉପସ୍ଥିତ ଥିଲେ। ବିରୋଧୀ ଦଳ ନେତ୍ରୀ ମନୋନୀତ ହେବା ପରେ ଆତିଶୀ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେବା ଅବସରରେ କେଜ୍‌ରିଓ୍ବାଲ ଏବଂ ସମସ୍ତ ବିଧାୟକଙ୍କୁ ଧନ୍ୟବାଦ ଜଣାଇଥିଲେ। ବିଧାନସଭାରେ ସମସ୍ତ ପ୍ରସଙ୍ଗରେ ଆପ୍‌ ପୂରା ଦମ୍‌ରେ ଏକ ଦୃଢ଼ ବିରୋଧୀ ଦଳର ଭୂମିକା ନିର୍ବାହ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri