Posted inଜାତୀୟ

ଦିଲ୍ଲୀ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ: ଶପଥ ନେଲେ କାମଚଳା ବାଚସ୍ପତି

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀରେ ଭାଜପାର ନୂଆ ସରକାର ଗଠନ ପରେ ପ୍ରଥମ ବିଧାନସଭା ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅଧିବେଶନ ୩ ଦିନ ଧରି ଚାଲିବ।

ଅଧିବେଶନର ପ୍ରଥମ ଦିନରେ କାମଚଳା ବାଚସ୍ପତି ଭାବେ ଅରବିନ୍ଦର ସିଂ ଲଭଲି ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ରାଜ୍ୟପାଳ ଭିକେ ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ବାଚସ୍ପତିଙ୍କ ଶପଥ ଗହଣ ପରେ ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏବଂ ଉପମୁଖ୍ୟମନ୍ତ୍ରୀ ପରଭେଶ ବର୍ମା ମଧ୍ୟ ଶପଥ ନେଇଥିଲେ।

ସୂଚନା ଯୋଗ୍ୟ, ଲେଫ୍ଟନାଣ୍ଟ ଗଭର୍ଣ୍ଣର (ଏଲ୍‌ଜି) ଭିକେ ସାକ୍ସେନା ଫେବୃଆରୀ ୨୫ରେ ବିଧାନସଭାକୁ ସମ୍ବୋଧିତ କରିବେ, ପରେ ଗୃହରେ ସିଏଜି ରିପୋର୍ଟ ଉପସ୍ଥାପନ କରାଯିବ ଜଣାପଡିଛି।

ଅନ୍ୟପକ୍ଷେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କାଲକାଜି ବିଧାୟିକା ଆତିଶୀଙ୍କୁ ବିଧାନସଭାର ବିରୋଧୀ ଦଳ ନେତା ମନୋନୀତ କରାଯାଇଛି। ରବିବାର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକମାନଙ୍କ ବୈଠକ ବସି ଆତିଶୀଙ୍କୁ ବିରୋଧୀ ଦଳ ନେତା ନିଯୁକ୍ତ କରିବା ପାଇଁ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଛି।

ବୈଠକରେ ୨୨ ନବନିର୍ବାଚିତ ବିଧାୟକଙ୍କ ସହ ଆପ୍‌ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଉପସ୍ଥିତ ଥିଲେ। ବିରୋଧୀ ଦଳ ନେତ୍ରୀ ମନୋନୀତ ହେବା ପରେ ଆତିଶୀ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେବା ଅବସରରେ କେଜ୍‌ରିଓ୍ବାଲ ଏବଂ ସମସ୍ତ ବିଧାୟକଙ୍କୁ ଧନ୍ୟବାଦ ଜଣାଇଥିଲେ। ବିଧାନସଭାରେ ସମସ୍ତ ପ୍ରସଙ୍ଗରେ ଆପ୍‌ ପୂରା ଦମ୍‌ରେ ଏକ ଦୃଢ଼ ବିରୋଧୀ ଦଳର ଭୂମିକା ନିର୍ବାହ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?